ଆଇସୋଲେସନ୍ ବ୍ୟବସ୍ଥା ପାଇଁ ନୂଆ SOP ଜାରି କଲା ଭୁବନେଶ୍ୱର ମହାନଗର ନିଗମ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମରେ(BMC) ଥିବା ଆଇସୋଲେସନ୍ ବ୍ୟବସ୍ଥା ପାଇଁ ଜାରି ନୂଆ SOP ଜାରି ହୋଇଛି। ଏଣିକି ହୋମ୍ ଓ ପେଡ୍ ଆଇସୋଲେସନ୍‌ରେ ଥିବା ବ୍ୟକ୍ତିଙ୍କ ଉପରେ BMC ପକ୍ଷରୁ କଡ଼ା ନଜର ରଖାଯିବ। ସେମାନଙ୍କୁ ୨୪ ଘଣ୍ଟିଆ ଡାକ୍ତରୀ ସେବା ଓ ପରାମର୍ଶ ଯୋଗାଇବା ନେଇ BMC ପକ୍ଷରୁ ବ୍ୟବସ୍ଥା ହୋଇଛି।

ହୋମ୍ ଆଇସୋଲେସନ୍‌ରେ ଥିବା ଲକ୍ଷଣ ବିହୀନ ଓ ଲକ୍ଷଣଯୁକ୍ତ ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିବା ସହ ସେମାନଙ୍କ ସ୍ଥିତିକୁ ଦେଖି ସେବା ଯୋଗାଇ ଦିଆଯିବ। କେଉଁ ବ୍ୟକ୍ତି କେତେ ଦିନ ଆଇସୋଲେସନ୍‌ରେ ରହିଛନ୍ତି, ସେମାନଙ୍କ ଆବଶ୍ୟକତା ଅନୁସାରେ ସେବା ଯୋଗାଇ ଦିଆଯିବ।

ପ୍ରତ୍ୟେକ ଆକ୍ରାନ୍ତଙ୍କ ପାଇଁ ୨୪ ଘଣ୍ଟିଆ ଟେଲି ଫୋନ୍ ସେବା ଯୋଗାଇ ଦିଆଯିବ। ସେହି ଫୋନ୍ ନମ୍ବର ଦୁଇଟି ହେଲା- ୧୮୦୦ ୩୪୫ ୦୦୬୧ ଏବଂ ୦୬୭୪-୨୪୩୧୨୫୩। ଯେଉଁଥିରେ ଆୟୂଷ ଡାକ୍ତର ଓ ସହାୟକ ଆକ୍ରାନ୍ତଙ୍କ ସହାଯ୍ୟ କରିବେ। ତିନିଟି ସିଫ୍ଟରେ ଡାକ୍ତରଙ୍କୁ ଏଥିପାଇଁ ନିୟୋଜିତ କରାଯାଇଛି। 

ଏହାସହ ପ୍ରତ୍ୟେକ ଜୋନ୍‌ରେ ଗୋଟିଏ ଲେଖାଏ ସ୍ୱତନ୍ତ୍ର ଆମ୍ବୁଲାନ୍ସ ମହଜୁଦ୍ ରଖିବା ନେଇ ଏସ୍ଓପିରେ ଉଲ୍ଲେଖ ରହିଛି। ଏତ୍‌ଦବ୍ୟତୀତ ଆକ୍ରାନ୍ତଙ୍କୁ କେଉଁଠି ସ୍ଥାନାନ୍ତର କରାଗଲା ସେ ନେଇ ସବିଶେଷ ତଥ୍ୟ ରଖାଯିବ।

ଆହୁରି ପଢ଼ନ୍ତୁ

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

You might also like