ରାଜ୍ୟରେ ଖୁବ୍ ଶୀଘ୍ର କାର୍ଯ୍ୟକାରୀ ହେବ ନୂଆ ସଂସ୍କୃତି ଓ ଐତିହ୍ୟ ନୀତି

ଭୁବନେଶ୍ୱର : ରାଜ୍ୟରେ ଖୁବ୍ ଶୀଘ୍ର ନୂଆ ସଂସ୍କୃତି ଓ ଐତିହ୍ୟ ନୀତି କାର୍ଯ୍ୟକାରୀ ହେବ। ଏ ସମ୍ପର୍କରେ ଏକ ବୈଠକ ରାଜ୍ୟ ଅଭିଲେଖାଗାରରେ ଅନୁଷ୍ଠିତ ହୋଇଯାଇଛି। ନୀତିରେ ବିଶେଷ କରି ଭବିଷ୍ୟତ ଦୃଷ୍ଟି, ଆଭିମୁଖ୍ୟ, କଳା ଓ ସାଂସ୍କୃତିକ ପର୍ଯ୍ୟଟନ ସମ୍ପର୍କିତ ଗବେଷଣା, ପ୍ରତ୍ନତତ୍ତ୍ୱ, ଭାଷା ଓ ସାହିତ୍ୟର ଗବେଷଣା, ଶିଳ୍ପୀ ତଥା କଳାକାରଙ୍କ ପାଇଁ କଲ୍ୟାଣକାରୀ କାର୍ଯ୍ୟକ୍ରମ, ସଙ୍ଗୀତ ଓ ନୃତ୍ୟର ବିକାଶ ବାବଦରେ ବିସ୍ତୃତ ଭାବେ ଉଲ୍ଲେଖ ରହିବ ।

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ମନୋରଞ୍ଜନ ପାଣିଗ୍ରାହୀ ବୈଠକରେ ଅଧ୍ୟକ୍ଷତା କରି ଏହା କହିଛନ୍ତି । ରାଜ୍ୟର ସମୃଦ୍ଧ ଐତିହ୍ୟ, ସାଂସ୍କୃତିକ ସମ୍ପଦର ସୁରକ୍ଷା ଓ ଅନ୍ତର୍ଜାତୀୟ ସ୍ତରରେ ଆଦୃତିକୁ ଦୃଷ୍ଟିରେ ରଖି ପ୍ରସ୍ତାବିତ ନୀତିରେ ବିଭିନ୍ନ ବ୍ୟବସ୍ଥା ରହିବ ବୋଲି ସେ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

You might also like