ଭୁବନେଶ୍ୱର: ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟରେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ହେଲେ ୮ ଓ ୯ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ବର୍ଷାର ପରିମାଣ କମିବ ବୋଲି ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଏହି ୮ ଓ ୯ ତାରିଖ ମଧ୍ୟରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ତେବେ ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜ ପ୍ରବଳରୁ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ତେବେ ୧୦ତାରିଖ ବେଳକୁ ପୁଣି ବର୍ଷା ବଢ଼ିବା ନେଇ ପାଣିପାଗ ବିଭାଗ କହିଛି।