ଆଦିତ୍ୟ ଦାସ ମୃତ୍ୟୁ ଘଟଣାରେ କ’ଣ ନିଆଯାଇଛି ଆକ୍ସନ ? ରିପୋର୍ଟ ମାଗିଲେ NHRC

ଭୁବନେଶ୍ୱର: ରହସ୍ୟ ଘେରରେ ମୋଟିଭେସନାଲ୍‌ ସ୍ପିକର୍‌ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାସଙ୍କ ମୃତ୍ୟୁ। ଆଦିତ୍ୟ ଦାସ ମୃତ୍ୟୁ ଘଟଣାରେ National Human Rights Commission(NHRC) ପୁଲିସ୍‌ କମିଶନରଙ୍କୁ ଆକ୍ସନ ଟେକେନ୍‌ ରିପୋର୍ଟ ମାଗିଛନ୍ତି।

୪ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ କରିବାକୁ NHRC ନିର୍ଦ୍ଦେଶ ଦେଇଛନ୍ତି। ଆଦିତ୍ୟଙ୍କ ମୃତ୍ୟୁ ନେଇ କ’ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, ସେନେଇ ଜଣାଇବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ଘଟଣାରେ ଜିଆର୍‌ପି ଜଣଙ୍କ ପରେ ଜଣଙ୍କୁ ଜେରା କରି ସାରିଥିବା ବେଳେ ନିକଟରେ ଆଦିତ୍ୟଙ୍କ ଆଉ ଜଣେ ବନ୍ଧୁଙ୍କୁ ଜିଆର୍‌ପି ଜେରା କରିଛି।

ଗତ ୬ ତାରିଖରେ ଲିଙ୍ଗରାଜ ଷ୍ଟେସନ୍ ଟ୍ରେନ୍ ଲାଇନରୁ ଆଦିତ୍ୟଙ୍କ ମୃତଦେହ ମିଳିଥିଲା। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ ସସ୍‌ପେନ୍ସ ଜାରି ରହିଛି।

You might also like