ରାଷ୍ଟ୍ରପତି ପୁରସ୍କାର ପାଇବେ ୯ ଓଡ଼ିଆ

ଭୁବନେଶ୍ୱର: ଅଗ୍ନିଶମ, ହୋମଗାର୍ଡ ଏବଂ ବେସାମରିକ ପ୍ରତିରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ରାଷ୍ଟ୍ରପତି ପୁରସ୍କାର ଘୋଷଣା କରାଯାଇଛି।

ଏହି ତାଲିକାରେ ଓଡ଼ିଶାର ୯ଜଣ ଅଗ୍ନିଶମ ବିଭାଗର ଅଗ୍ନିକ ସାମିଲ୍‌ ଅଛନ୍ତି। କୁମରବର ସାମଲ (ଫାୟାରମ୍ୟାନ) ସାହସିକତା ପାଇଁ ଅଗ୍ନିଶମ ସେବା ପଦକ ଓ ବିଜୟ କୁମାର ମୁଦୁଲି (ଫିଟର ଷ୍ଟେସନ ଅଫିସର), ଜ୍ୟୋତି ପ୍ରକାଶ ରଥ (ଷ୍ଟେସନ ଅଫିସର), ଅର୍ଜୁନ ବେହେରା (ଲିଡିଙ୍ଗ ଫାୟାରମ୍ୟାନ୍) ଏବଂ ସୌମେନ୍ଦ୍ରନାଥ କାନୁନଗୋ (ଫାୟାରମ୍ୟାନ) ପ୍ରଶଂସନୀୟ କାର୍ଯ୍ୟ ପାଇଁ ଅଗ୍ନିଶମ ସେବା ପଦକ ପାଇବାକୁ ମନୋନୀତ ହୋଇଛନ୍ତି ।

ସେହିପରି ଉଲ୍ଲେଖନୀୟ ସେବା ପାଇଁ ହୋମଗାର୍ଡ ଓ ସିଭିଲ୍ ଡିଫେନ୍ସରେ ରାଷ୍ଟ୍ରପତି ପଦକ ପାଇବାକୁ ଓଡ଼ିଶାର ଅମୂଲ୍ୟ କୁମାର ସମର୍ଥା (ସିଡି, ଭଲ୍ୟୁଣ୍ଟିୟର) ମନୋନୀତ ହୋଇଛନ୍ତି। ପ୍ରଶଂସନୀୟ ସେବା ପାଇଁ ହୋମଗାର୍ଡ ଓ ସିଭିଲ ଡିଫେନ୍ସ ପଦକ ପାଇବାକୁ ବିମଲ ପ୍ରସାଦ ପାଣି (ସିଡି, ଭଲ୍ୟୁଣ୍ଟିୟର), ପ୍ରକାଶ କୁମାର ଜେନା (ସିଡି, ଭଲ୍ୟୁଣ୍ଟିୟର) ଏବଂ ଅଭିନ୍ନ ମୋହନ ସାମନ୍ତରାୟ (ହୋମଗାର୍ଡ) ମନୋନୀତ ହୋଇଛନ୍ତି। ଆସନ୍ତା ଅଗଷ୍ଟ ୧୫ ତାରିଖରେ ଏହି ୯ ଜଣଙ୍କୁ ରାଷ୍ଟ୍ରପତି ପୁରସ୍କାର ପ୍ରଦାନ କରାଯିବ।

You might also like