ଏ ବର୍ଷ ବୋଲବମ୍‌ ଯାତ୍ରା ବନ୍ଦ

ଭୁବନେଶ୍ୱର: ମହାମାରୀ କରୋନା ପାଇଁ ଚଳିତ ବର୍ଷ ବନ୍ଦ ରହିବ ବୋଲବମ୍‌ ଯାତ୍ରା। ଏ ନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି।

ଭିଡ଼କୁ ଦୃଷ୍ଟିରେ ରଖି ତଥା ମନ୍ଦିର ବନ୍ଦ ଥିବାରୁ ବୋଲବମ୍ ଯାତ୍ରା ବନ୍ଦ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। କୌଣସି ଭକ୍ତଙ୍କୁ ବୋଲବମ୍ ଯାତ୍ରାରେ ନ ଯିବାକୁ ସରକାର ତାଗିଦ୍ କରିଛନ୍ତି।

ରାଜ୍ୟରେ ଯେଉଁଭଳି ଭାବରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି, ତାହା ଏବେ ଚିନ୍ତାର କାରଣ ପାଲଟିଛି।

ସୂଚନାଥାଉ କି, ଗତ ୨୪ ଘଣ୍ଟରେ ରାଜ୍ୟରୁ ୪୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୦୬୧କୁ ବୃଦ୍ଧି ପାଇଛି। 

You might also like