‘ଆସନ୍ତାକାଲିଠୁ ପ୍ରଭାବିତ ଜିଲ୍ଲାରେ +୨ ଖାତା ମୂଲ୍ୟାୟନ ବନ୍ଦ’

ଭୁବନେଶ୍ୱର : ବାତ୍ୟା ‘ଫୋନି’ ପାଇଁ ପ୍ରଭାବିତ ଜିଲ୍ଲା ଗୁଡ଼ିକରେ କାଲିଠୁ +2 ମୂଲ୍ୟାୟନ ବନ୍ଦ ରହିବ। କିନ୍ତୁ ପ୍ରଭାବିତ ହେବାକୁ ନ ଥିବା ଜିଲ୍ଲାରେ ମୂଲ୍ୟାୟନ ପୂର୍ବପରି ଚାଲିବ। ୪ ତାରିଖ ପରେ ବାତ୍ୟା ସ୍ଥିତି ଦେଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ। ଏ ନେଇ ସୂଚନା ଦେଇଛନ୍ତି CHSE ଉପପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ଦାଶ।

ପୁରୀଠାରୁ ୩୬୦ କିମି ଦୂରରେ ରହିଛି ‘ଫୋନି’। ଆସନ୍ତାକାଲି ସକାଳ ୬ଟାରୁ ୧୦ଟା ମଧ୍ୟରେ ଯେକୌଣସି ମୁହୂର୍ତ୍ତରେ ଏହା ସ୍ଥଳଭାଗ ଛୁଇଁବ। ପୁରୀ ପାଖାପାଖି ଅଞ୍ଚଳରେ ଏହା ସ୍ଥଳଭାଗ ଛୁଇଁବ ବୋଲି ଆକଳନ କରାଯାଉଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୭୦ ରୁ ୧୮୦ କିମି ରହିବ। ସ୍ଥଳ ବିଶେଷରେ ପବନର ବେଗ ଘଣ୍ଟା ପ୍ରତି ୨୦୦ କିମି ବି ହୋଇପାରେ।

‘ଫୋନି’ର ପ୍ରଭାବ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର ସମେତ ଗଞ୍ଜାମର ଉତ୍ତରାଞ୍ଚଳରେ ପଡ଼ିବ। ସେହିପରି କଟକ, ଯାଜପୁର, ନୟାଗଡ଼, ମୟୂରଭଞ୍ଜ, କେନ୍ଦୁଝର ଓ ଢେଙ୍କାନାଳରେ ମଧ୍ୟ ବାତ୍ୟା ଅନୁଭୂତ ହେବ ବୋଲି ସିଇସିର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି।

ସୁରକ୍ଷା ଦୃଷ୍ଟିରୁ ଏହି ସବୁ ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like