ଓଡ଼ିଶାରେ ପଡ଼ିବନି ବାତ୍ୟା ‘ଫନି’ର ପ୍ରଭାବ; ତାମିଲନାଡୁ, ଆନ୍ଧ୍ରରେ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ ବାତ୍ୟା ‘ଫନି’ର ପ୍ରଭାବ ପଡ଼ିବ ନାହିଁ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବାତ୍ୟା ଫନି ଚେନ୍ନାଇଠାରୁ ୧୧୦୦ କିଲୋମିଟର  ଏବଂ ମଛଲିପଟ୍ଟନମ୍‌ ଉପକୂଳଠାରୁ ୧୩୦ କିଲୋମିଟର ଦୂରରେ ରହିଛି।  ବାତ୍ୟା ଫନିର ଗତି ବର୍ତ୍ତମାନ ଘଣ୍ଟାପ୍ରତି ୧୫ କିଲୋମିଟର ରହିଛ॥

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ଏବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭେରି ଟୁ ଭେରି ସିଭିୟର ସାଇକ୍ଲୋନିକ୍‌ ଷ୍ଟର୍ମରେ ପରିଣତ ହେବ। ବର୍ତ୍ତମାନ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ଏବଂ ୩୦ ତାରିଖରେ ଏହାର ଗତି ଉତ୍ତର-ପୂର୍ବ ଦିଗ ଆଡ଼କୁ ରହିବ।

ଏହାର ପ୍ରଭାବରେ କେରଳ, ତାମିଲନାଡୁ, ପୁଡୁଚେରୀ, ଆନ୍ଧ୍ରପ୍ରଦେଶରେ କାଲିଠାରୁ ସାମାନ୍ୟ ବର୍ଷା ହେବାର ସମ୍ଭାବନା ରହିଛି।  ଆସନ୍ତାକାଲି ପବନର ଗତି ଘଣ୍ଟା ପ୍ରତି ୧୦୦ରୁ ୧୨୦ କିଲୋମିଟର ପର୍ଯ୍ୟନ୍ତ ରହିବ। ୩୦ ତାରିଖରେ ପବନର ଗତି ଘଣ୍ଟାପ୍ରତି ୧୪୫ରୁ ୧୭୦ କିଲୋମଟିର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।  ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏହାକୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି କାର୍‌ ଡିକିରେ ଭର୍ତ୍ତି କରି ନେଉଥିଲେ; ଅଧା ବାଟରେ ଘଟିଲା ଏମିତି ଘଟଣା

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ

ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର

ବରିଷ୍ଠ IPS ସ୍ତରରେ ଅଦଳବଦଳ

୨୫ରୁ ପୁଣି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଜି ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୦୧ କରୋନା ଆକ୍ରାନ୍ତ

ହାଇକୋର୍ଟଙ୍କ ନିର୍ଦ୍ଦେଶ: ଦୁଷ୍କର୍ମ ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ଦିଅ

୫ ଶହ ଟଙ୍କା ପାଇଁ ନାବାଳକଙ୍କୁ ପିଟି ପିଟି ମାରିଦେଲେ !

ରହସ୍ୟ ଘେରରେ ମା’-ଝିଅଙ୍କ ମୃତ୍ୟୁ: ୪ ଦିନ ହେଲା ପଡ଼ି ରହିଛି ମୃତଦେହ

ବିଜେଡି ଛାଡ଼ିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଲେ ରବୀନ୍ଦ୍ର ଜେନା

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

You might also like