• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita
  • ମେଟ୍ରୋ ସ୍ୱପ୍ନକୁ ବଡ଼ ଝଟକା
  • ୨୦୧୪ରେ ହୋଇଥିବା ସର୍ଭେ ଅନୁଯାୟୀ ମେଟ୍ରୋ ପାଇଁ ନାହିଁ ଫିଜିବିଲିଟି
  • ବିଧାନସଭାରେ ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା
  • ଆଉ ଥରେ ସର୍ଭେ କରିବାକୁ ଦାବି କଲେ ସୁର

ଭୁବନେଶ୍ୱର: ଭୁବନେଶ୍ୱର-କଟକ ମେଟ୍ରୋ ସ୍ୱପ୍ନକୁ ଝଟକା। ୨୦୪୧ ଭିତରେ ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଗଡ଼ିବାର ସମ୍ଭାବନା କ୍ଷୀଣ । ବିଧାନସଭା ପ୍ରଶ୍ନୋତ୍ତର କାଳରେ ଆଜି ଏହି ମର୍ମରେ ଗୃହକୁ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା  । ଏସଂପର୍କିତ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଭୁବନେଶ୍ୱର ଓ କଟକରେ ମେଟ୍ରୋ ଟ୍ରେନ୍ ଚାଲିବା ପାଇଁ ରାଜ୍ୟ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ ।


ଭୁବନେଶ୍ୱର-କଟକରେ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଏକ ସର୍ଭେ କରାଯାଇଥିଲା ।  ୨୦୧୩ରେ ଏ ପ୍ରସ୍ତାବ ଉପରେ ଆଲୋଚନା କରାଯାଇଥିଲା।  ଟେଣ୍ଡର ହୋଇଥିଲା ଆଉ ଏଥିରେ ୫ଟି କମ୍ପାନୀ ଭାଗ ନେଇଥିଲେ । ଵାଲାଜି ରେଲ ଆଣ୍ଡ ରୋଡ଼ ବର୍ଷାଲିକୁ ସର୍ଭେ ପାଇଁ ଟେଣ୍ଡର ଦିଆଯାଇଥିଲା । ଯେଉଁଥିରେ କି ୨୦୪୧ ପର୍ଯ୍ୟନ୍ତ ଟୁଇନ ସିଟିରେ ମେଟ୍ରୋ ରେଳ ଗଡ଼ିପାରିବନି ବୋଲି ସର୍ଭେ ରିପୋର୍ଟରୁ ଜଣାପଡିଛି ।

ଜନସଂଖ୍ୟା ଆଧାରରେ ସର୍ଭେ ଅନୁଯାୟୀ ଫିଜିବିଲିଟି ନଥିବାରୁ ଏହାକୁ ଆଗକୁ ବଢା ଯାଇ ପାରୁନି ବୋଲି ମନ୍ତ୍ରୀ କହିଛନ୍ତି । ତେବେ ସଦସ୍ୟଙ୍କ ଦାବି ପରେ ପୁଣିଥରେ ସର୍ଭେ ପାଇଁ କେନ୍ଦ୍ର ପାଖରେ ଦାବି ହେବ, ଏଥିରେ କଟକରୁ ଚଣ୍ଡୀଖୋଲ ଓ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ଏହାକୁ ସମ୍ପ୍ରସାରଣର ପ୍ରସ୍ତାବ ରହିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।

No-proposal-of-metro-rail-project-between-cuttack-and-bhubaneswar-due-to-lack-of-feasibility
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories