ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ପୁରୀ: ଶ୍ରୀମନ୍ଦିର ଭିତରକୁ ପାନ, ଗୁଟ୍‌ଖା ମନା। ମନ୍ଦିର ଭିତରକୁ ପାନ ଓ ଗୁଟ୍‌ଖା ଯେପରି କିଏ ନ ଆଣନ୍ତି ସେଥିଲାଗି ଚେକିଂକୁ ଜୋରଦାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଚେକିଂ କଡାକଡି କରିବାକୁ ଶ୍ରୀମନ୍ଦିର ପୋଲିସଙ୍କୁ ସଚେତନ କରାଯାଇଛି।

ଚାରି ଦ୍ୱାରରେ ଶ୍ରୀମନ୍ଦିର ପୋଲିସ୍‌ ଚେକିଂ କରିବେ। ପାନ ଖାଇ ଯେପରି କେହି ଶ୍ରୀମନ୍ଦିର ଭିତରକୁ ପ୍ରବେଶ ନ କରନ୍ତି ଏଥିପ୍ରତି ନଜର ରଖିବେ ପୋଲିସ୍‌। ମୁଖ୍ୟ ଦ୍ୱାରରେ ଥର୍ମାଲ ସ୍କାନିଂ, ସାନିଟାଇଜିଂ ସହ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦିଆଯାଇଛି।

ମନ୍ଦିର ପରିସରରେ କୌଣସି ସେବାୟତ ପାନ ଛେପ ପକାଇଲେ ତାଙ୍କ ଠାରୁ ଜରିମାନା ଆଦାୟ କରାଯିବ। ପ୍ରଥମ ଏବଂ ଦ୍ୱିତୀୟ ଥର ପାନ ଛେପ ପକାଇଲେ ୧ ହଜାର ଟଙ୍କା, ଏବଂ ତୃତୀୟ ଥର ପାନ ଛେପ ପକାଇଲେ ୫ ହଜାର ଟଙ୍କା ଜରିମାନା କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନେଇଛି। ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ, ନୀତି ପ୍ରଶାସକ, ଅତିରିକ୍ତ ଏସ୍‌ପି ଓ ଶ୍ରୀମନ୍ଦିର କମାଣ୍ଡର ପ୍ରମୁଖଙ୍କୁ ନେଇ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like