ଏଇ ଜିଲ୍ଲାରେ ସମସ୍ତ ସାପ୍ତାହିକ ହାଟ ବନ୍ଦ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାରେ ସମସ୍ତ ସାପ୍ତାହିକ ହାଟ ବନ୍ଦ। ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ଆସନ୍ତା ୩ ସପ୍ତାହ ପାଇଁ ଜିଲ୍ଲାର ସମସ୍ତ ସାପ୍ତାହିକ ହାଟ ବନ୍ଦ ରହିବ। କରୋନା ସଂକ୍ରମଣ ବୃଦ୍ଧି ପରେ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଏନେଇ ଟ୍ୱିଟ୍ କରି ଝାରସୁଗୁଡ଼ା ଜିଲ୍ଲାପାଳ ସୂଚନା ଦେଇଛନ୍ତି।ପନିପରିବା ଓ ଅନ୍ୟାନ୍ୟ ଖାଦ୍ୟ ସାମଗ୍ରୀ ଅନ୍ୟତ୍ର ବିକ୍ରି ବ୍ୟବସ୍ଥା ହେବ ବୋଲି ଜିଲ୍ଲାପାଳ କହିଛନ୍ତି।

ଝାରସୁଗୁଡ଼ା ଜିଲ୍ଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୩ ନୂଆ ପଜିଟିଭ ଚିହ୍ନଟ ହୋଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୧ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୨୭୨ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ ୧୮୯ ରହିଛନ୍ତି। ସମସ୍ତ ରୋଗୀ ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି।

You might also like