୨୪ ଘଣ୍ଟା ପରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତାକାଲି ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ତେବେ ୨୪ ଘଣ୍ଟା ପରେ ଆଭ୍ୟନ୍ତରୀଣ ଓ ଭପକୂଳ ଓଡିଶାରେ କାଳବୈଶାଖୀର ସମ୍ଭାବନା ରହିଛି।  ଏହାର ପ୍ରଭାବରେ ସାମାନ୍ୟ ବର୍ଷା ହେବା ସହ ତାପମାତ୍ରା ହ୍ରାସ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୪-୫ ଦିନ ପର୍ଯ୍ୟନ୍ତ ଏହି କାଳବୈଶାଖୀର ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ କହିଛି।

ଗତକାଲି ରାଜ୍ୟର ୧୧ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିଲା।  ଟିଟିଲାଗଡ଼ ସର୍ବାଧିକ ୪୫ ଦଶମିକ ୫ ଡିଗ୍ରୀ ତାପମାତ୍ରା ସହ ସବୁଠୁ ଉତ୍ତପ୍ତ ସହର ଭାବେ ପରିଗଣିତ ହୋଇଛି।

ସେହିପରି ସୋନପୁର ୪୫.୪ ଡିଗ୍ରୀ, ସମ୍ବଲପୁର ୪୫.୧ଡିଗ୍ରୀ, ଝାରସୁଗୁଡ଼ା ୪୪.୮ଡିଗ୍ରୀ, ମାଲକାନଗିରି ୪୪.୪ଡିଗ୍ରୀ, ହୀରାକୁଦର ତାପମାତ୍ରା ୪୪.୧ ଡିଗ୍ରୀ ରେକର୍ଡ କରାଯାଇଥିଲା।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like