ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ସାରା ରାଜ୍ୟରେ ଏବେ ଅସମ୍ଭାଳ ତାତି। ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗତ ୨-୩ ଦିନ ହେଲା ରାଜ୍ୟର ୧୦ରୁ ଅଧିକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀରୁ ଅଧିକ ରହିଥିବା ବେଳେ ବଲାଙ୍ଗିର,ସମ୍ବଲପୁର, ଝାରସୁଗୁଡା, ଟିଟିଲାଗଡ଼ ଭଳି ସ୍ଥାନରେ ପାରଦ ୪୪ରୁ ୪୫ ଡିଗ୍ରୀ ମଧ୍ୟରେ ରହୁଛି।

ଏମିତି ଲାଗୁଛି ସତେ ଯେମିତି ଆକାଶରୁ ନିଆଁ ବର୍ଷୁଛି। ତେବେ  ଆଭ୍ୟନ୍ତରୀଣ ଓଡ଼ିଶାରେ ଆସନ୍ତା ୩-୪ ଦିନ ପର୍ଯ୍ୟନ୍ତ ୨ରୁ୩ ଡିଗ୍ରୀ ତାପମାତ୍ରା ବଢ଼ିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅନ୍ୟପକ୍ଷେ, ପୂର୍ବ ବିହାରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଉତ୍ତର, ପଶ୍ଚିମ ଓ ଦକ୍ଷିଣ-ପଶ୍ଚିମ ଓଡ଼ିଶାରେ କାଳବୈଶାଖୀର ପ୍ରଭାବ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

You might also like