କଟକ ନୁହେଁ ଭୁବନେଶ୍ୱରରେ ହେବ ରାହୁଲ ଗାନ୍ଧିଙ୍କ ସଭା

ଭୁବନେଶ୍ୱର: କଟକ ନୁହେଁ ଭୁବନେଶ୍ୱରରେ ହେବ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ସଭା। ଆସନ୍ତା ୨୫ ତାରିଖରେ ରାହୁଲ ଗାନ୍ଧି ଓଡ଼ିଶା ଆସିବେ। ଏନେଇ ଆଜି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସ୍ପଷ୍ଟ କରିଛନ୍ତି।

ସେପଟେ କଂଗ୍ରେସ ଅଧ୍ୟକ୍ଷଙ୍କ ଓଡ଼ିଶା ଗସ୍ତକୁ ନେଇ ଗତ କିଛି ଦିନ ଧରି ରାଜ୍ୟ କଂଗ୍ରେସ କ୍ୟାମ୍ପ ଚଳଚଞ୍ଚଳ ହୋଇଛି। ତେବେ କଟକ ଓ ଭୁବନେଶ୍ୱରରେ କେଉଁଠି ରାହୁଲଙ୍କ ସଭା ହେବ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା। ଏନେଇ ଆଜି ପୂର୍ଣ୍ଣଚ୍ଛେଦ ପଡ଼ିଛି।

ଭୁବନେଶ୍ୱରରେ ରାହୁଲ ଗାନ୍ଧି ସିଭିଲ୍‌ ସୋସାଇଟି, ଚାଷୀ ଓ ବୁଦ୍ଧିଜୀବୀଙ୍କୁ ଭେଟିବେ। ୨୫ ତାରିଖ ସକାଳ ୧୦ଟାରୁ ସଂଧ୍ୟା ୫ଟା ଯାଏ ରାହୁଲଙ୍କ କାର୍ଯ୍ୟକ୍ରମ ହେବ।

ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ମାସ ୧୫ ତାରିଖରେ ଓଡ଼ିଶା ଗସ୍ତ କରିବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଗତ ଡିସେମ୍ବର ମାସ ୨୪ ତାରିଖ ଓ ଚଳିତ ବର୍ଷ ଜାନୁଆରୀ ମାସ ୫ ତାରିଖରେ ଓଡ଼ିଶା ଗସ୍ତ କରିଥିଲେ।

ଆହୁରି ପଢ଼ନ୍ତୁ

ବିଜୁ ଯୁବ ବାହିନୀ ସଦସ୍ୟ ସାମ୍ବାଦିକାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ

ଭାଙ୍ଗିଲା ରକ୍ଷଣଶୀଳତାର ମଜବୁତ୍ ବାଡ଼; ଝିଅ କାନ୍ଧରେ ମଶାଣି ଗଲେ ବାପା

ପାଟକୁରା ବିଜେପି ପ୍ରାର୍ଥୀ ବିଜୟ ମହାପାତ୍ରଙ୍କ ବିରୋଧରେ ନକଲି ଭିଡିଓ ଭାଇରାଲ୍

କ୍ରୀଡ଼ାର ପ୍ରାଣ କେନ୍ଦ୍ର କୁହାଯାଉଥିବା ଓଡ଼ିଶାରେ ନାହିଁ କ୍ରୀଡ଼ା ନୀତି

ପ୍ରଶାନ୍ତଙ୍କ ଦୃଢ଼ ଇଛାଶକ୍ତି ଆଗରେ ହାର ମାନିଛି ଶାରିରୀକ ଅକ୍ଷମତା

ଧୋକା ଦେଲା ମୌସୁମୀ: ଶ୍ରାବଣ ମାସରେ ବିଲ ଫାଟି ଆଁ

ସାପ ସହ ଷ୍ଟଣ୍ଟ କରିବା ମହଙ୍ଗା ପଡ଼ିଲା

ବିଜେପି ସଦସ୍ୟତା ଅଭିଯାନ: ୧୦ ଲକ୍ଷ ଯୁବକଙ୍କୁ ଦଳରେ ସାମିଲ୍‌ କରିବାକୁ ଲକ୍ଷ୍ୟ

ପାଣି ପାଇଁ ତାତିଲେ ଲୋକେ

ପାଟକୁରା ନିର୍ବାଚନ: ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଦାବି କଲା ବିଜେଡି

ଦୁର୍ବୃତ୍ତ ଝାମ୍ପିନେଲେ ସାଢ଼େ ୬ ଲକ୍ଷ ଟଙ୍କା

ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଚାମ୍ପିୟନସିପ୍ ; ଫାଇନାଲରେ ଭାରତୀୟ ପୁରୁଷ ଓ ମହିଳା ଟିମ୍

You might also like