ଅନୁସୂଚିତ ଜାତିର ବିକାଶରେ ବାଧା

ଅନୁଗୁଳ: ରାଜ୍ୟରେ ଅନୁସୂଚିତ ଜାତି ଲୋକଙ୍କ ବିକାଶରେ ବାଧା ସୃଷ୍ଟି ହେଉଛି। ରାଜ୍ୟର ମୋଟ ଜନସଂଖ୍ୟା ତୁଳନାରେ ଅନୁସୂଚିତ ଜାତି ଲୋକଙ୍କର ବିକାଶ ହେଉନଥିବା କହିଛନ୍ତି ରାଷ୍ଟ୍ରୀୟ ଅନୁସୂଚିତ ଜାତି କମିଶନ ସଦସ୍ୟ ଯୋଗେନ୍ଦ୍ର ପାଶଓ୍ୱାନ। ଅନୁଗୁଳ ଗସ୍ତରେ ଆସିବା ଅବସରରେ ପାଶୱାନ ଏହି ପ୍ରତିକ୍ରିୟା ରଖିଛନ୍ତି।

ରାଜ୍ୟରେ ଅନୁସୂଚିତ ଜାତି ଲୋକଙ୍କ ସଂଖ୍ୟା ମୋଟ ଜନସଂଖ୍ୟାର ୧୬. ୫ ପ୍ରତିଶତ ହୋଇଥିବାବେଳେ ସେହି ଅନୁପାତରେ ସେମାନଙ୍କର ବିକାଶ ହେଉନାହିଁ। ଶ୍ରୀ ପାଶୱାନ ଏହାକୁ ନେଇ କ୍ଷୋଭ ପ୍ରକାଶ କରିବା ସହିତ ଏଥିରେ ସୁଧାର ଆଣିବାକୁ ପରାମର୍ଶ ଦେଇଛନ୍ତି।

ଅନୁସୂଚିତ ଜାତି ଲୋକଙ୍କ ବିକାଶରେ ରାଜ୍ୟ ସରକାର ବାଧା ସୃଷ୍ଟି କରୁଥିବା କମିଶନ ସଦସ୍ୟ ଅଭିଯୋଗ କରିଛନ୍ତି। ଅନୁସୂଚିତ ଜାତିର ଲୋକଙ୍କ ଉପରେ ଅପରାଧ ହାର ବୃଦ୍ଧି ପାଉଥିବାବେଳେ ଦଣ୍ଡବିଧାନ ହାର ହ୍ରାସ ପାଉଛି। ଏହାକୁ ନେଇ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ ଅନୁସୂଚିତ ଜାତିଙ୍କ ବ୍ୟକ୍ତିଙ୍କୁ ନ୍ୟାୟ ପ୍ରଦାନ ପାଇଁ ଦାବି ସେ କରିଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

You might also like