ପରଲୋକରେ ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ

ଭୁବନେଶ୍ୱର : ଆର ପାରିରେ ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁ। ଗତକାଲି ମଧ୍ୟ ରାତ୍ରିରେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ରଣଜିତ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।

ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ସଂକ୍ରମଣ ଜନିତ ଅସୁସ୍ଥତା ଯୋଗୁଁ ଗତ ୧ ତାରିଖରେ ସେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖା ଯାଇଥିଲା। ଶନିବାର ରାତି ପ୍ରାୟ ସାଢ଼େ ୧୨ଟାରେ ତାଙ୍କର ଦେହାନ୍ତ ହୋଇଛି। ରଣଜିତ ଗୁରୁଙ୍କ ବିୟୋଗରେ ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳି ଯାଇଛି।

You might also like