ନର୍ସ ନିହାରିକାଙ୍କ ହତ୍ୟା ପଛରେ କିଏ ? ‌୬ ଜଣକୁ ଅଟକ ରଖିଲା ପୁଲିସ

ଜଗତସିଂହପୁର (ଶଶାଙ୍କ ଶେଖର ସାହୁ): ଜଗତସିଂହପୁର ଜିଲ୍ଲା ବିଲୁଆଖାଇ ନଦୀପଠାରୁ ଗତକାଲି ନର୍ସ ନିହାରିକା ପାତ୍ରଙ୍କ ମୃତଦେହ ଉଦ୍ଧାର ଘଟଣାରେ ପୁଲିସ୍‌କୁ ନୂଆ ସୁରାକ ମିଳିଛି। ହତ୍ୟା ପଛରେ ବୟଫ୍ରେଣ୍ଡ କିଶୋର ଚନ୍ଦ୍ର ଅଞ୍ଚଳ ଓରଫ ରାଜାର ହାତ ଥିବା ସନ୍ଦେହ କରାଯାଉଛି। ଏହି ଘଟଣାରେ ବିରିଡ଼ି ଥାନା ପୁଲିସ୍‌ ୬ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ  କିଶୋର, ତା’ର ବାପା ଓ ୪ ଜଣ ସାଙ୍ଗ।

ଗତକାଲି ଅଖା ଭିତରୁ ନର୍ସଙ୍କ ମୃତଦେହ ମିଳିବା ପରେ ସମଗ୍ର ରାଜ୍ୟରେ ଆଲୋଡ଼ନ ସୃଷ୍ଟି ହୋଇଥିଲା। ହତ୍ୟା ପଛରେ ନର୍ସଙ୍କ ପୁରୁଷ ବନ୍ଧୁ ସମ୍ପୃକ୍ତ ଥିବା ସନ୍ଦେହରେ ପୁଲିସ୍‌ ଖୋଳତାଡ଼ ଆରମ୍ଭ କରିଥିଲା। ନର୍ସ ନିହାରିକାଙ୍କ ସିସିଟିଭି ଚିତ୍ର ହସ୍ତଗତ ହେବା ପରେ ପୁଲିସ୍‌ ତଦନ୍ତକୁ ଅଧିକ ତ୍ୱରାନ୍ୱିତ କରିଥିଲା।

ସିସିଟିଭି ଫୁଟେଜ୍‌ ଅନୁଯାୟୀ, ଗତ ୮ ତାରିଖ  ଅପରାହ୍ନ ୪ଟାରେ ସେ ହସ୍ପିଟାଲରୁ ବାହାରିଥିଲେ । ହସ୍ପିଟାଲ୍ ସମ୍ମୁଖରେ କିଶୋର ଏକ ବାଇକ୍‌ରେ ତାଙ୍କୁ ଅପେକ୍ଷା କରିଥିବା ଦେଖିବାକୁ ମିଳିଥିଲା। ଏହାପରେ ପୁଲିସ୍‌ କିଶୋରକୁ ଆଣି ଘଟଣା ସମ୍ପର୍କରେ ଅଧିକ ଖୋଳତାଡ଼ କରୁଛି।

ଭୁବନେଶ୍ୱର ବାଲିପାଟଣା ଥାନା ଅନ୍ତର୍ଗତ ଭିଙ୍ଗାରପୁର ଗାଁର ନିହାରିକା ପାତ୍ରଙ୍କ ଘର। ସେ କଟକରେ ଏକ ନର୍ସିଂହୋମ୍‌ରେ ନର୍ସ ଭାବେ କାର୍ଯ୍ୟ କରୁଥିଲେ। ସେ ଗତ କିଛି ଦିନ ହେଲା ନିଖୋଜ ଥିଲେ। ପରିବାର ଲୋକେ ଚାରିଆଡ଼େ ଖୋଜିଥିଲେ ମଧ୍ୟ ପାଉନଥିଲେ।

ସବୁଆଡ଼ୁ ନିରାଶ ହୋଇ ପରିବାର ଲୋକେ ଗତ ୯ ତାରିଖରେ ଝିଅ ନିଖୋଜ ନେଇ କଟକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଝିଅକୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ତାଙ୍କ ପରିବାର ଲୋକେ ଅଭିଯୋଗ ଆଣିଥିଲେ। ବିରିଡ଼ି ହାଜିପୁରର ଜଣେ ଯୁବକ ତାଙ୍କ ଝିଅକୁ ହତ୍ୟା କରିଥିବା ନେଇ ତାଙ୍କ ମା’ ଥାନାରେ ଅଭିଯୋଗ କରିଥିଲେ। ଏହାକୁ ଆଧାର କରି ପୁଲିସ୍‌ ହତ୍ୟା ମାମଲା ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ।

ଆହୁରି ପଢ଼ନ୍ତୁ

ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ସୁପ୍ରିମକୋର୍ଟ ଗଲେ ବର୍ଷା

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

SCB କୋଭିଡ୍‌ ୱାର୍ଡରେ‌ ଅବ୍ୟବସ୍ଥା ଘଟଣାର ତଦନ୍ତ କରିବ ୩ ଜଣିଆ କମିଟି

ତାଗିଦ ନାଁରେ ବ୍ୟବସାୟ ଉପରେ ଛାଟ !

You might also like