ଓଡ଼ିଆ ହାସ୍ୟ ଅଭିନେତା ସୌମ୍ୟ ରଞ୍ଜନଙ୍କ ପରଲୋକ

ଆଠଗଡ଼: ପ୍ରସିଦ୍ଧ ଓଡ଼ିଆ ହାସ୍ୟ ଅଭିନେତା ସୌମ୍ୟ ରଞ୍ଜନ ପଣ୍ଡାଙ୍କ ପରଲୋକ ହୋଇଛି।ମୃତ୍ୟୁ ବେଳକୁ ତାଙ୍କୁ ୩୨ ବର୍ଷ ବୟସ ହୋଇଥିଲା। ତାଙ୍କ ଘର ଆଠଗଡ଼ ରଥଗଡା ଅଞ୍ଚଳରେ।

କର୍କଟ ରୋଗରେ ଆକ୍ରାନ୍ତ ହୋଇ ସେ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ। କଟକ ସ୍ଥିତ ଆଚାର୍ଯ୍ୟ ହରିହର ହସ୍ପିଟାଲରେ ଚିକିତ୍ସାଧୀନ ଥିବାବେଳେ ଗତକାଲି ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

ସେ ଅନେକ ଓଡ଼ିଆ ଫିଲ୍ମ ଓ ସିରିଏଲରେ ଅଭିନୟ କରି ଓଡିଶାରେ ବେଶ ସୁନାମ ଅର୍ଜନ କରିଥିଲେ। ଖାସ କରି ଏକ ଘରୋଇ ଚ୍ୟାନେଲରେ ପ୍ରସାରିତ ‘Mr nonsense’ ସିରିଏଲ ପାଇଁ ସେ ଓଡ଼ିଶାର ଘରେ ଘରେ ପରିଚିତ ଥିଲେ।

ତାଙ୍କ ମୃତ୍ୟୁ ପରେ ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳି ଯାଇଛି। ଶୋକାକୁଳ ପରିବେଶ ଭିତରେ ଆଠଗଡ଼ରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି।

ଆହୁରି ପଢ଼ନ୍ତୁ

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

‘ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା’

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

You might also like