ବିଶ୍ୱ ଦରବାରରେ ଚମକିଲେ ଓଡ଼ିଆ ଝିଅ

ଭୁବନେଶ୍ୱର: ବିଶ୍ୱ ଦରବାରରେ ଓଡ଼ିଶାର ନାଁ ଉଜ୍ଜ୍ୱଳ କଲେ ଓଡ଼ିଆ ଝିଅ। ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରେ ଟପର୍‌ ହୋଇଥିଲେ ଓଡ଼ିଆ ଝିଅ ବୈଶାଳୀ ମହାନ୍ତି। ଏବେ ତାଙ୍କୁ ଜାତିସଂଘର ନୀତି ଅଧିକାରୀ ଭାବେ ନିଯୁକ୍ତ ମିଳିଛି। ଚଳିତ ମାସ ୧ ତାରିଖରେ ସେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି।

୨୦୧୬ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରୁ ଇଣ୍ଟରନ୍ୟାସନାଲ୍ ଷ୍ଟଡିଜ୍‌ରେ ମାଷ୍ଟର ଡିଗ୍ରୀ ପରେ ବୈଶାଳୀ ୟୁନାଇଟେଡ୍ ନେସନ୍‌ରେ ଇଣ୍ଟରନାସନାଲ୍ ସିଭିଲ୍ ସର୍ଭିସ୍‌ରେ ଯୋଗ ଦେବା ପାଇଁ ଯୋଗ୍ୟ ବିବେଚିତ ହୋଇଥିଲେ। ୨୦୧୮ରେ ୟୁଏନ୍ ମିଶନ୍‌ରେ ଓଆଇଏମ୍ ଅଧିକାରୀ ଭାବେ ରୋହିଙ୍ଗ୍ୟା ଶରଣାର୍ଥୀଙ୍କ ପାଇଁ କାମ କରିଥିଲେ।

ପୁରୀରେ ଜନ୍ମ ଗ୍ରହଣ କରିଥିବା ବୈଶାଳୀ ପୁରୀରେ ସ୍କୁଲ ଶିକ୍ଷା ସାରିବା ପରେ ଭୁବନେଶ୍ୱର ଓ ପରେ ଦିଲ୍ଲୀର ଲେଡି ଶ୍ରୀରାମ କଲେଜ୍‌ରେ ସ୍ନାତକ ଶିକ୍ଷା ଶେଷ କରିଥିଲେ।

ବୈଶାଳୀଙ୍କ ସଫଳତାକୁ ନେଇ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ବଳିଷ୍ଠ ଓ ଦକ୍ଷତା ସମ୍ପନ୍ନ ମାନବ ସମ୍ବଳ ପାଇଁ ଭାରତ ପ୍ରସିଦ୍ଧ। ବୈଶାଳୀଙ୍କ ସଫଳତା ଏହାର ଆଉ ଏକ ଉଦାହରଣ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରିଛନ୍ତି। ସେହିପରି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଟ୍ୱିଟ୍‌ କରି ଓଡିଆ ଝିଅ ବୈଶାଳୀ ମହାନ୍ତି ଅକ୍ସଫୋଡ୍ ଟପର୍ ହେବା ସାରା ଦେଶ ଏବଂ ଓଡ଼ିଶା ପାଇଁ ଗର୍ବର ବିଷୟ ବୋଲି କହିଛନ୍ତି।

 

ଆହୁରି ପଢ଼ନ୍ତୁ

ଘର ଭିତରୁ ମିଳିଲା ବାଘର କଟା ମୁଣ୍ଡ, ଛାଲ

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ବଙ୍ଗୋପସାଗରରେ ଲଘୁଚାପ ବଳୟ ସୃଷ୍ଟି, ଆସନ୍ତା ୩ ଦିନ ଯାଏ ବର୍ଷା ସମ୍ଭାବନା

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କ ପରଲୋକ

‘ଜ୍ୱାଇଁ ମୋ ଝିଅ ବେକରେ ଦଉଡ଼ି ଲଗାଇ ମାରି ଦେଇଛନ୍ତି’ 

ବର୍ଷା ହେବାରୁ ଗଛତଳେ ଆଶ୍ରୟ ନେଇଥିଲେ, ହଠାତ୍‌ ହେଲା ବଜ୍ରପାତ

ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

‘କରୋନାରୁ ଆରୋଗ୍ୟ ପରେ ବି ହୋଇପାରେ ସଂକ୍ରମଣ’

ରାଜଧାନୀରେ ଦିନକରେ ୩୪୨ କରୋନା ପଜିଟିଭ୍ ଚିହ୍ନଟ

IT ଛାତ୍ର ତିଆରି କଲେ ଦେଶୀ ଭେଣ୍ଟିଲେଟର

You might also like