ସତ୍ୟବାଦୀରେ ପ୍ରତିଷ୍ଠା ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ

ରାଜ୍ୟ ଐତିହ୍ୟ କ୍ୟାବିନେଟ୍‌ର ପ୍ରଥମ ବୈଠକରେ ନିଷ୍ପତ୍ତି

ପୁରୀ: ପୁରୀ ସତ୍ୟବାଦୀରେ ପ୍ରତିଷ୍ଠା ହେବ ଓଡ଼ିଆ ବିଶ୍ୱବିଦ୍ୟାଳୟ। ଏଥିପାଇଁ ୨୫ ଏକର ଜମି ଯୋଗାଇଦେବେ ରାଜ୍ୟ ସରକାର। ଆଜି ଅନୁଷ୍ଠିତ ପ୍ରଥମ ଐତିହ୍ୟ କ୍ୟାବିନେଟରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ଓଡ଼ିଆ ସଂସ୍କୃତି ଓ ଐତିହ୍ୟ ନୀତି ପ୍ରଣୟନ ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି। ସେହିପରି ଓଡ଼ିଆ ଭାଷା, ସାହିତ୍ୟ ସଂସ୍କୃତି ବିଭାଗକୁ ନୀତି ଡ୍ରାଫ୍ଟ ଦାୟିତ୍ୱ ଦିଆଯିବା ସହ ସାର୍ବଜନୀନ ପାଠାଗାର ନିର୍ଦ୍ଦେଶକ ପଦବୀ ସୃଷ୍ଟିକୁ କ୍ୟାବିନେଟରେ ମଂଜୁରୀ ମିଳିଛି। ସମସ୍ତ ସାର୍ବଜନୀନ ପାଠାଗାର, ନିର୍ଦ୍ଦେଶକଙ୍କ ଅଧୀନରେ ରହିବ ବୋଲି ବ୍ୟବସ୍ଥା କରାଯାଇଛି।

ଆନନ୍ଦଭବନ ସଂଗ୍ରହାଳୟ ପାଇଁ ମଧ୍ୟ ସ୍ୱତନ୍ତ୍ର ଟ୍ରଷ୍ଟ ଗଠନ କରାଯିବ ବୋଲି କ୍ୟାବିନେଟ୍‌ରେ ନିଷ୍ପତ୍ତି ହୋଇଛି। ନିଷ୍ପତ୍ତି ଅନୁଯାୟୀ, ଆନନ୍ଦଭବନ ଟ୍ରଷ୍ଟ ପାଇଁ ସ୍ୱତନ୍ତ୍ର କର୍ପସ ଫଣ୍ଡ ରହିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ଏକ ନୂତନ ବିଭାଗ ଗଠନ ପାଇଁ ନିଷ୍ପତ୍ତି ହୋଇଛି।

You might also like