ଦିନକରେ ସୁସ୍ଥ ହେଲେ ୪୦୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ସୁସ୍ଥ ସଂଖ୍ୟାରେ ରେକର୍ଡ ଭାଙ୍ଗିଲା। ଆଜି ସର୍ବାଧିକ ୪୦୧ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଏହାକୁ ମିଶାଇ ରାଜ୍ୟରେ ୭୪୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

କେଉଁ ଜିଲ୍ଲାରୁ କେତେ:-

ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତିରୁ ୬୭, କଟକରୁ ୪୨, ଯାଜପୁରରୁ ୩୨ ଓ ଦେବଗଡ଼ରୁ ୧୯, କୋରାପୁଟରୁ ୧୮, ଖୋର୍ଦ୍ଧାରୁ ୧୫, ବରଗଡ଼ ଓ ଭଦ୍ରକରୁ ୧୪ ଲେଖାଏଁ ସୁସ୍ଥ ହୋଇଛନ୍ତି।


ବାଲେଶ୍ୱରରୁ ୧୨, କେନ୍ଦୁଝର ଓ ମାଲକାନଗିରିରୁ ୧୦ ଲେଖାଏଁ ସୁସ୍ଥ, ଜଗତସିଂହପୁରରୁ ୯, ଝାରସୁଗୁଡ଼ା ଓ ମୟୂରଭଞ୍ଜରୁ ୭ ଲେଖାଏଁ, କନ୍ଧମାଳରୁ ୬, ନୟାଗଡ଼ ଓ ସମ୍ବଲପୁରରୁ ୫ ଲେଖାଏଁ ସୁସ୍ଥ ହୋଇଛନ୍ତି। ନବରଙ୍ଗପୁରରୁ ୪, କେନ୍ଦ୍ରାପଡ଼ାରୁ ୩ ଓ ଢେଙ୍କାନାଳରୁ ୨ ସୁସ୍ଥ ହୋଇଛନ୍ତି।

ସେହିପରି ରାଜ୍ୟରେ ଆଉ ୫୭୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୬୧ ରହିଛି।

You might also like