ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନରେ ଆଜି ସର୍ବାଧିକ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୮୯୪କୁ ବୃଦ୍ଧି ପାଇଛି।

ସୁସ୍ଥମାନଙ୍କ ମଧ୍ୟରୁ ଖୋର୍ଦ୍ଧା-୩୯, ଗଜପତି-୨୩, ନୂଆପଡ଼ା୨୨, ଭଦ୍ରକରୁ ୧୭ ସୁସ୍ଥ, ନୟାଗଡ଼-୧୫, ଗଞ୍ଜାମ-୧୪, କେନ୍ଦ୍ରାପଡ଼ାରୁ ୧୦,ସୁନ୍ଦରଗଡ଼ ୬, ବାଲେଶ୍ୱରରୁ ୪, ଢେଙ୍କାନାଳ ଓ କନ୍ଧମାଳର ୯ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି।

ସେହିଭଳି କଟକ, ବଲାଙ୍ଗିର ଓ ମାଲ୍‌କାନଗିରିରୁ ଦୁଇ ଜଣ ଲେଖାଏ ସୁସ୍ଥ ହୋଇଥିବା ବେଳେ ଝାରସୁଗୁଡ଼ା,ନବରଙ୍ଗପୁର, ଜଗତସିଂହପୁର ଓ ପୁରୀରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଏହା ପୂର୍ବରୁ ରାଜ୍ୟରେ ଆଉ ୭୫ ଜଣ ଲେଖାଏ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିଲେ। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୬ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

ଚିହ୍ନଟ ନୂଆ ୭୫ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଆଜି କରୋନା ପାଇଁ ରାଜ୍ୟର ଜଣଙ୍କର ଜୀବନ ଯାଇଛି। ମୃତ ବ୍ୟକ୍ତି ଜଣକ ଗଞ୍ଜାମ ଜିଲ୍ଲାର। କରୋନା ଆକ୍ରାନ୍ତରେ ଗଞ୍ଜାମରେ ୪ଜଣଙ୍କ ମୃତ୍ୟୁ ଘଟି ସାରିଲାଣି।

ଆହୁରି ପଢ଼ନ୍ତୁ

କରୋନା ନେଇଗଲା କୋଭିଡ୍ ଯୋଦ୍ଧାଙ୍କ ଜୀବନ

ଓଡ଼ିଆ ବୈଜ୍ଞାନିକ ଜ୍ୟୋତିର୍ମୟୀ ଦାଶଙ୍କୁ ଭାରତର ସର୍ବୋଚ୍ଚ ବିଜ୍ଞାନ ପୁରସ୍କାର

ଗାଈଗୋରୁଙ୍କ ଜୀବନ ରକ୍ଷା ପାଇଁ ଅଭିନବ ପ୍ରୟାସ

ବିଧାନସଭା ଅଧିବେଶନ ପୂର୍ବରୁ ଆସିଲା କରୋନା ଟେଷ୍ଟ ରିପୋର୍ଟ, ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ୍

ଭୁବନେଶ୍ୱରରୁ ୩୧୭ ପଜିଟିଭ ଚିହ୍ନଟ, ୨୫୫ ଲୋକାଲ କେସ୍

ପୂରଣ ହେଲା ସ୍ୱାଭିମାନ ଅଞ୍ଚଳବାସୀଙ୍କ ଆଶା

ଆଜିଠୁ ଓଡ଼ିଶାର ଏହି ସହର ୭ ଦିନ ସଟ୍‌ଡାଉନ୍‌

ବିଶ୍ୱ ପର୍ଯ୍ୟଟନ ଦିବସରେ କୋଣାର୍କକୁ ଗଡ଼ିଲା ‘ମୋ ବସ୍’

ଓଡ଼ିଶାରେ କୋଭିଡ୍‌ ପରିଚାଳନାକୁ ନେଇ ପ୍ରଶ୍ନ ଉଠାଇଲେ ବିଜେଡି ବିଧାୟକ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୯୨୨ ପଜିଟିଭ୍‌

ଅକ୍ଟୋବରରୁ ଓଡ଼ିଶାର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲିବାକୁ ଯୋଜନା

You might also like