• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ଏଣିକି ସରକାରୀ ସ୍କୁଲରେ ପାଠ ପଢ଼ିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ। ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ରାଜ୍ୟର ଯେକୌଣସି ସରକାରୀ ସ୍କୁଲରେ ପାଠ ପଢିଲେ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ ବ୍ୟବସ୍ଥା କରାଯିବ। ଡାକ୍ତରୀ ଓ ଇଂଜିନିୟରିଂ ଶିକ୍ଷା ପାଇଁ ରହିବ ସଂରକ୍ଷଣ ବ୍ୟବସ୍ଥା ରହିବ। ଏନେଇ ରାଜ୍ୟ କ୍ୟାବିନେଟରେ ସଂରକ୍ଷଣ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଗାମୀ ଶିକ୍ଷାବର୍ଷରୁ ବ୍ୟବସ୍ଥା ଲାଗୁ କରାଯିବା ନେଇ ସଂକଳ୍ପ ଆଗତ ହୋଇଛି।

ସଂକଳ୍ପକୁ ଚୂଡ଼ାନ୍ତ ରୂପ ଦେବାକୁ ଉଚ୍ଚ କ୍ଷମତା ସଂପନ୍ନ କମିଟି ଗଠନ କରାଯିବ। ଏହି କମିଟିରେ ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତି ରହିବେ। ସେହିପରି କମିଟିରେ ବିଶିଷ୍ଟ ଶିକ୍ଷାବିତ୍ ଓ ବିଶିଷ୍ଟ ବ୍ୟକ୍ତି ସଦସ୍ୟ ରହିବେ। ଏହି କମିଟି ୩ ମାସ ମଧ୍ୟରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ। କମିଟି ସୁପାରିସକୁ ଆଗାମୀ ଶିକ୍ଷାବର୍ଷରୁ କାର୍ଯ୍ୟକାରୀ କରାଯିବ ବୋଲି ଜଣାଯାଇଛି।

ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି, ଏହା ଏକ ଐତିହାସିକ ନିଷ୍ପତ୍ତି। ଗ୍ରାମାଞ୍ଚଳର ଯେଉଁ ପିଲାମାନେ ରହୁଛନ୍ତି ସେମାନେ ଇଂଜିନିୟରିଂ ଓ ମେଡିକାଲ କୋଚିଂରୁ ବଞ୍ଚିତ ହେଉଛନ୍ତି। କାହିଁକିନା ସେମାନଙ୍କ ପାଇଁ ସେତେଟା ସୁବିଧା ନାହିଁ। ଏହାକୁ ଆଖି ଆଗରେ ରଖି ସରକାରୀ ସ୍କୁଲରେ ପାଠ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଏହି ସଂରକ୍ଷଣ ବ୍ୟବସ୍ଥା କରାଯାଇଛି।

https://twitter.com/otvkhabar/status/1343552210966249474?s=20

ଓଡ଼ିଶାର ବରପୁତ୍ରମାନଙ୍କ କାର୍ଯ୍ୟ, ଜୀବନୀ  ସ୍କୁଲ ପାଠ୍ୟକ୍ରମରେ ରହିବ। ପାଠ୍ୟକ୍ରମରେ ବରପୁତ୍ରଙ୍କ ଜୀବନୀ ସାମିଲ ନେଇ କ୍ୟାବିନେଟରେ ନିଷ୍ପତ୍ତି ହୋଇଛି। ବରପୁତ୍ରମାନଙ୍କ କାର୍ଯ୍ୟ ଓ ଜୀବନୀକୁ ବିଭିନ୍ନ ପାଠ୍ୟକ୍ରମରେ ରଖାଯିବ। ସପ୍ତମ, ଅଷ୍ଟମ, ନବମ ଶ୍ରେଣୀ ପାଇଁ ସ୍ୱତନ୍ତ୍ର ପ୍ରକ୍ରିୟାରେ ବିଷୟ ଚୟନ କରାଯିବ। ମେଧାବୀ ପିଲାଙ୍କୁ ସ୍ୱତନ୍ତ୍ର ସମ୍ମାନ ସହ ବାର୍ଷିକ ବୃତ୍ତି ପ୍ରଦାନ କରାଯିବ।
ଏଥିପାଇଁ ଶିକ୍ଷାବିତ୍ ଓ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ନେଇ କମିଟି ଗଠନ ହେବ। ବରପୁତ୍ରମାନଙ୍କ ଜନ୍ମସ୍ଥାନକୁ ଆଦର୍ଶ ଗ୍ରାମରେ ପରିଣତ କରାଯିବ।

 

 

Odisha-cabinet-approves-quota-for-students-of-government-run-schools-in-medical-engineering-courses
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories