ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବନ୍ୟାଞ୍ଚଳ ପରିଦର୍ଶନ ପରେ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବନ୍ୟା ଯୋଗୁଁ ସ୍ଥାନାନ୍ତରିତ ଲୋକଙ୍କୁ ଆଶ୍ରୟ ସ୍ଥଳରେ ଥିବା ଯାଏ ରନ୍ଧାଖାଦ୍ୟ ଯୋଗାଇ ଦେବା ସହିତ ଜଳମଗ୍ନ ପରିବାରକୁ ତୁରନ୍ତ ୫୦ କେଜି ଚାଉଳ, ୫ଶହ ଟଙ୍କା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

ସେହିଭଳି ଘର ଭାଙ୍ଗିଥିବା ପ୍ରତି ଯୋଗ୍ୟ ପରିବାରକୁ ପଲିଥିନ ସିଟ୍ ମିଳିବ। SDRF ନିୟମାନୁସାରେ ଘରଭଙ୍ଗା ସହାୟତା ମଧ୍ୟ ଦିଆଯିବ। ତା ସହିତ ଜିଲ୍ଲାପାଳମାନେ ୧୫ ଦିନ ମଧ୍ୟରେ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଆକଳନର ପରବର୍ତ୍ତୀ ୧ ସପ୍ତାହ ମଧ୍ୟରେ କ୍ଷତିଗ୍ରସ୍ତଙ୍କୁ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ଆଜି ଆକାଶ ମାର୍ଗରୁ ରାଜ୍ୟର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେନ ନବୀନ। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଥିଲେ ମୁଖ୍ୟମନ୍ତ୍ରୀ। ସେ ତାଙ୍କ ଟ୍ୱିଟ୍‌ରେ ଲେଖିଥିଲେ, ବନ୍ୟାରେ ରାଜ୍ୟର ବହୁ ଜିଲ୍ଲା ପ୍ରଭାବିତ ହୋଇଛି। ବହୁ ଗାଁ ଜଳମଗ୍ନ ହୋଇଛି। ଚାଷ ଉଜୁଡ଼ିଛି, ଘର  ଭାଙ୍ଗିଛି, ରାସ୍ତା ନଷ୍ଟ ହେବା ସହିତ ଅନ୍ୟ ଭିତ୍ତିଭୂମି ମଧ୍ୟ ପ୍ରଭାବିତ ହୋଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରେ ସ୍ୱାଭାବିକ ଅବସ୍ଥା ଫେରାଇ ଆଣିବାକୁ ତ୍ୱରିତ ପଦକ୍ଷେପ ନିଆଯାଉଛି।

 

ଆହୁରି ପଢ଼ନ୍ତୁ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୪, ୩୫୬ କରୋନା ଆକ୍ରାନ୍ତ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା‌

ଜବତ ହେଲା ବିପୁଳ ନକଲି କରୋନା ଔଷଧ

ବିଧାନସଭାର ମୌସୁମୀ ଅଧିବେଶନ; ରବିବାର ବି ଚାଲିବ ଗୃହକାର୍ଯ୍ୟ

ବିଧାନସଭା ମୌସୁମୀ ଅଧିବେଶନ; କଭରେଜ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କର ହେବ କରୋନା ଟେଷ୍ଟ

ଓଡ଼ିଶୀ ସଂଗୀତକୁ ଶାସ୍ତ୍ରୀୟ ମାନ୍ୟତା ପାଇଁ ଚିଠି ଲେଖିଲେ ନବୀନ

ନାଳରେ ପଶିଗଲା ଚଳନ୍ତା କାର

ବନ୍ଦ ହୋଇଯିବ କି ରାଜଧାନୀର ଦୋକାନ?

ଦିନକରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱରରୁ ୩୨୬ କରୋନା ପଜିଟିଭ ଚିହ୍ନଟ, ୨୫୬ ଲୋକାଲ କଣ୍ଟାକ୍ଟ

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

You might also like