• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: କ୍ୱାରେଣ୍ଟିନ୍ ସେଣ୍ଟରରେ ରହୁଥିବା କୌଣସି ବ୍ୟକ୍ତି ଯଦି ନିୟମ ଉଲ୍ଲଂଘନ କରନ୍ତି ତା’ହେଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କ୍ୱାରେଣ୍ଟିନ୍ ସେଣ୍ଟରରେ ରହୁଥିବା ଲୋକଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ଟ୍ୱିଟ୍‌ କରି ଏହି ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ସେ କହିଛନ୍ତି, “ରାଜ୍ୟକୁ ଫେରୁଥିବା ପ୍ରତ୍ୟେକ ଓଡ଼ିଆ ଆମ ନିଜର। ବର୍ତ୍ତମାନ ସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ। ପ୍ରତ୍ୟେକଟି ଜୀବନର ସୁରକ୍ଷା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ସେମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ସହ କ୍ୱାରେଣ୍ଟିନର ବ୍ୟବସ୍ଥା ହୋଇଛି। ବର୍ତ୍ତମାନ ଓଡ଼ିଶା ଭଲ ସ୍ଥିତିରେ ଅଛି। ଏଥିପାଇଁ ଲକ୍ଷ ଲକ୍ଷ ଲୋକ ଦିନରାତି ନିରନ୍ତର କାର୍ଯ୍ୟ କରୁଛନ୍ତି। ବହୁ ଓଡ଼ିଆ ନିଜ କର୍ମରୁ ଉର୍ଦ୍ଧ୍ୱକୁ ଯାଇ ତ୍ୟାଗ ମନୋଭାବ ନେଇ ଏହି ଅଦ୍ଭୂତପୂର୍ବ ପରିସ୍ଥିତିକୁ ସାମ୍ନା କରୁଛନ୍ତି। ଯେଉଁମାନେ ଓଡ଼ିଶା ଫେରୁଛନ୍ତି ସେମାନେ ମଧ୍ୟ ସେହି ତ୍ୟାଗ ସହ ନିଜ ଉତ୍ତର ଦାୟିତ୍ୱ ନିର୍ବାହ କରନ୍ତୁ।”

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, “ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରେଣ୍ଟିନରେ ରହିବା ସହ ସରକାରଙ୍କ ସମସ୍ତ ନିୟମ କଡ଼ାକଡ଼ି ପାଳନ କରନ୍ତୁ। ଏହାର ଉଲ୍ଲଂଘନ କ୍ଷେତ୍ରରେ ସରପଞ୍ଚମାନେ ତୁରନ୍ତ ପ୍ରଶାସନକୁ ଅବଗତ କରିବେ। ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।”

Odisha-cm-naveen-patnaik-appeals-returnees-to-follow-quarantine-norms
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories