କରୋନା ମୁକାବିଲା ପାଇଁ କେନ୍ଦ୍ର ସରକାରଙ୍କ ପାଖରେ ଏହିସବୁ ଦାବି ରଖିଲେ ନବୀନ
ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ ପ୍ରୟାସ କରୁଥିବାବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ପାଖରେ କିଛି ଦାବି ରଖିଛନ୍ତି। କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀ ଓ ଟିମ୍ ସହିତ ଅପରାହ୍ନରେ ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ଆଲୋଚନା କଲା ବେଳେ ଏହି ଦାବି ରଖିଥିଲେ ନବୀନ।
ଏହି ଭିଡିଓ କନଫରେନ୍ସିଂରେ ରାଜ୍ୟ ମୁଖ୍ୟ ସଚିବ ଅସିତ୍ କୁମାର ତ୍ରିପାଠୀଙ୍କ ସମେତ ରାଜ୍ୟର ସମସ୍ତ ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ।