ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ବର୍ଷା ଓ ବନ୍ୟାସ୍ଥିତିର ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବଲାଙ୍ଗିର, କଳାହାଣ୍ଡି, ବୌଦ୍ଧ, ସୁବର୍ଣ୍ଣପୁର, କନ୍ଧମାଳ ଜିଲ୍ଲାରେ ଫ୍ଲାସ୍ ବନ୍ୟା ସ୍ଥିତି ନେଇ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ନବୀନ ଭିଡିଓ କନଫରେନସିଂରେ ଆଲୋଚନା କରିଛନ୍ତି।
୧୫ ତାରିଖ ସକାଳ ସୁଦ୍ଧା ମୁଣ୍ଡଳିରେ ୧୦ଲକ୍ଷ କ୍ୟୁସେକ ପାଣି ପ୍ରବାହିତ ହେବ ବୋଲି ସୂଚନା ଦିଆଯାଇଛି। ତେଣୁ ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ନୟାଗଡ଼ ଓ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ନଦୀକୂଳରେ ପାଟ୍ରୋଲିଂ ବ୍ୟବସ୍ଥା ବଢ଼ାଇବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।