ମାସ୍କ,ସାନିଟାଇଜର ଭଳି ଅତ୍ୟାବଶ୍ୟକ ସାମଗ୍ରୀର କଳା ବଜାରୀ କଲେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର: କରୋନା ମୁକାବିଲା ନେଇ ତତ୍ପର ହୋଇ ଉଠିଛି ଖାଦ୍ୟ ଯୋଗାଣ ବିଭାଗ। କରୋନା ଯୋଗୁ ମାସ୍କ,ସାନିଟାଇଜରକୁ ଅତ୍ୟାବଶ୍ୟକ ସାମଗ୍ରୀ ଭାବେ ଗ୍ରହଣ କରାଯାଇଛି। ଏ ସମ୍ପର୍କରେ ଅତ୍ୟାବଶ୍ୟକ ସାମଗ୍ରୀ ଆଇନ 2020 ଅନୁସାରେ ବିଜ୍ଞପ୍ତି ପ୍ରକାଶ ପାଇଛି।
ଏ ନେଇ ସବୁ ଜିଲ୍ଲାପାଳ ଓ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କୁ ଚିଠି ଲେଖାଯାଇଛି ବୋଲି ସୂଚନା ଦେଇଛନ୍ତି ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ। ଅତ୍ୟାବଶ୍ୟକ ସାମଗ୍ରୀର କଳା ବଜାରୀ ରୋକିବା ପାଇଁ ପଦକ୍ଷେପ ନିଆଯାଇଛି। ଖାଦ୍ୟ ସାମଗ୍ରୀ ବେଆଇନ ଭାବେ ମହଜୁଦ ରଖିବ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।