ପଓ୍ୱନ କୁମାର ଅଗ୍ରଓ୍ୱାଲ୍ ଓୟୁଏଟିର ନୂଆ କୁଳପତି

ଭୁବନେଶ୍ୱର: ପଓ୍ୱନ କୁମାର ଅଗ୍ରଓ୍ୱାଲ୍ ହେଲେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ନୂଆ କୁଳପତି। ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍‌ଙ୍କ ପକ୍ଷରୁ ବିଧିବଦ୍ଧ ଭାବେ ଆଜି ଏହି ନିଯୁକ୍ତି ପ୍ରଦାନ କରାଯାଇଛି। ଏବେ ପଓ୍ୱନ କୁମାର ଅଗ୍ରଓ୍ୱାଲ୍ ଭାରତୀୟ କୃଷି ଗବେଷଣା ପରିଷଦ (ICAR)ର ଏଡିଜି ଭାବେ କାର୍ଯ୍ୟ କରୁଛନ୍ତି।

ସୂଚନାଯୋଗ୍ୟ, ମାର୍ଚ୍ଚ ୧୯ ତାରିଖରେ କୃଷି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କୁଳପତି ପଦ ଛାଡ଼ିବା ସହ ସରକାରୀ ଚାକିରିରୁ ଇସ୍ତଫା ଦେଇଥିଲେ।

ପଶୁପାଳକଙ୍କ ନାଁରେ ଦୁର୍ନୀତି ଅଭିଯୋଗ ଆସିବା ପରେ କୁଳାଧିପତି ପ୍ରଫେସର ଗଣେଶୀ ଲାଲ୍ ତାଙ୍କୁ ଛୁଟିରେ ଯିବା ଲାଗି ନିର୍ଦ୍ଦେଶ ଦେଇଥିଲେ।

You might also like