ମାସ୍କ ଫାଇନ୍‌ ବଢିଲା ୨ ଗୁଣା, ଧରାପଡ଼ିଲେ ଗଣିବ ୫ ହଜାର !

ଭୁବନେଶ୍ୱର: ମାସ୍କ ଅମାନିଆଙ୍କ ପାଇଁ ଜରିମାନା ପରିମାଣ ବଢ଼ାଇଲେ ରାଜ୍ୟ ସରକାର। ପ୍ରଥମ ଓ ୨ୟ ଥର ଧରାପଡ଼ିଲେ ୨ ହଜାର ଜରିମାନା ଦେବାକୁ ପଡ଼ିବ। ପରବର୍ତ୍ତୀ ଥର ଧରାପଡ଼ିଲେ ୫ ହଜାର ଜରିମାନା ଦେବାକୁ ପଡ଼ିବ। ପୂର୍ବରୁ ପ୍ରଥମ ଓ ୨ୟ ଥର ପାଇଁ ଜରିମାନା ୧ ହଜାର ଥିଲା। ଆଜି ଜରିମାନା ଦୁଇଗୁଣ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଥିଲେ।

ଏଥିପାଇଁ ଆଜିଠାରୁ ୧୪ଦିନ ଯାଏ ମାସ୍କ ଅଭିଯାନ ଆରମ୍ଭ କରିବା। ଆଜିଠାରୁ ସଂକଳ୍ପ ନେଇ ଆମେ ସମସ୍ତେ ମାସ୍କ ପିନ୍ଧିବା। ସଠିକ ଭାବେ ମାସ୍କ ପିନ୍ଧିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବେକରେ ଝୁଲାଇ ନୁହେଁ, ଠିକ ଭାବେ ନାକକୁ ଘୋଡ଼ାଇ ମାସ୍କ ପିନ୍ଧିବାକୁ ନବୀନ ପରାମର୍ଶ ଦେଇଛନ୍ତି।

ସେ ଆହୁରି କହିଥିଲେ ଯେ ବିନା ମାସ୍କରେ କେବେ ବି ଘରୁ ବାହାରିବା ନାହିଁ। ମା ମାନଙ୍କୁ ଅନୁରୋଧ ପରିବାର ଲୋକ ବାହାରକୁ ଗଲେ ମାସ୍କ ପିନ୍ଧାନ୍ତୁ। ମାସ୍କ ପିନ୍ଧିନଥିବା ଲୋକଙ୍କ ଠାରୁ ନିଶ୍ଚୟ ଜରିମାନା ଆଦାୟ ହେବ। ମାସ୍କ ନପିନ୍ଧିଲେ ଏବେ ୨ ଗୁଣା ଜରିମାନା ପାଇଁ ନିଷ୍ପତ୍ତି ହୋଇଛି। ମାସ୍କ ହିଁ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସୁରକ୍ଷା କବଚ ବୋଲି ନବୀନ କହିଥିଲେ।

ଯେଉଁମାନେ ଟିକା ନେଇନାହାନ୍ତି ସେମାନେ ନିଶ୍ଚୟ ମାସ୍କ ପିନ୍ଧନ୍ତୁ। ନିଜ ରୋଜଗାର ବନ୍ଦ କରିବାକୁ ଚାହୁଁନଥିଲେ ନିଶ୍ଚିତ ମାସ୍କ ପିନ୍ଧନ୍ତୁ। ଏହାଦ୍ୱାରା ଆମେ ବିନା ଲକଡାଉନରେ କରୋନାକୁ ରୋକି ପାରିବା ବୋଲି ସେ କହିଛନ୍ତି।

You might also like