ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସ ୭୦କୁ ବୃଦ୍ଧି

ଭୁବନେଶ୍ୱର : ରାଜ୍ୟରେ ଡାକ୍ତରଙ୍କ ଅଭାବ ଯୋଗୁ ସ୍ୱାସ୍ଥ୍ୟ ସେବା ପ୍ରଭାବିତ ହେଉଥିବାବେଳେ ରାଜ୍ୟ ସରକାର ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସ ସୀମାକୁ ୭୦ବର୍ଷକୁ ବୃଦ୍ଧି କରିଛନ୍ତି। ଏବେ ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସ ୬୮ବର୍ଷ ରହିଛି। ନିୟମିତ ଡାକ୍ତର ପଦବୀ ପୂରଣ ପର୍ଯ୍ୟନ୍ତ ଚୁକ୍ତିଭିତ୍ତିକ ଡାକ୍ତରଙ୍କ ଅବସର ବୟସ ୭୦ବର୍ଷ ରହିବ।

ସ୍ୱାସ୍ଥ୍ୟ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ରାଜ୍ୟରେ ଡାକ୍ତର ପଦବୀ ପୂରଣ ପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାରର ପ୍ରୟାସ କରୁଛନ୍ତି। ପୂର୍ବରୁ ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ୬୭୧୯ଟି ଡାକ୍ତର ପଦବୀ ଥିବାବେଳେ ଗତମାସରେ ସରକାର ଆଉ ୨ହଜାର ଡାକ୍ତର ପଦବୀ ସୃଷ୍ଟି କରିଛନ୍ତି।

ଏବେ ରାଜ୍ୟରେ ୩୨୮୮ଟି ନିୟମିତ ଡାକ୍ତର ପଦବୀ ଖାଲି ପଡ଼ିଛି। ସ୍ୱାସ୍ଥ୍ୟସେବା ନିମନ୍ତେ ରାଜ୍ୟ ସରକାର ଏବେ ଅବସରପ୍ରାପ୍ତ ଡାକ୍ତରଙ୍କୁ ଚୁକ୍ତିଭିତ୍ତିକ ଡାକ୍ତର ଭାବେ ନିଯୁକ୍ତି ଦେଉଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like