ବରିଷ୍ଠ କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର: ପୁଣି ଜଣେ ବରିଷ୍ଠ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର। ବରିଷ୍ଠ କୃଷି ଅଧିକାରୀ ପ୍ରଦୀପ କୁମାର ମହାନ୍ତିଙ୍କୁ ଆଜି ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।
ଜୁଲାଇ ୨ରେ କୋରାପୁଟର ତତ୍କାଳୀନ ଜିଲ୍ଲା କୃଷି ଅଧିକାରୀ ପ୍ରଦୀପ ମହାନ୍ତିଙ୍କ ଗାଡ଼ିରୁ ଭିଜିଲାନ୍ସ ୧୧ ଲକ୍ଷ ଟଙ୍କା ଜବତ କରିଥିଲା। ସେହିଦିନ ତାଙ୍କୁ ଗିରଫ କରି ଜେଲ୍ ପଠାଇଥିଲା ଭିଜିଲାନ୍ସ।
ତାଙ୍କୁ ନିଲମ୍ବନ କରାଯିବା ସହ ରିମାଣ୍ଡରେ ଅଣାଯାଇ ଜେରା ମଧ୍ୟ କରାଯାଇଥିଲା। ଏପରିକି ତାଙ୍କ ଘରେ ଚଢ଼ାଉ କରାଯାଇ ୩ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ କରାଯାଇଥିଲା।
ସୂଚନାଥାଉ କି, ନିକଟରେ ପୂର୍ବତନ ଓଡ଼ିଶା ଆୟୁଷ ନିର୍ଦ୍ଦେଶକ ବିଭୂ ଷଡ଼ଙ୍ଗୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।