କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନୋଟିସ୍‌ କଲେ ହାଇକୋର୍ଟ

ଭୁବନେଶ୍ୱର: ଫି ଛାଡ଼ ନେଇ ସରକାରଙ୍କୁ ନୋଟିସ୍‌ କଲେ ହାଇକୋର୍ଟ। କରୋନା ପାଇଁ ସ୍କୁଲ ଫି ଓ  ବିଦ୍ୟୁତ ବିଲ୍ ଛାଡ଼ ନେଇ ହାଇକୋର୍ଟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ନୋଟିସ କରିଛନ୍ତି। ଏକ ଜନସ୍ୱାର୍ଥ ମାମଲାର ଶୁଣାଣି କରି ଏହି ନୋଟିସ କରିଛନ୍ତି ହାଇକୋର୍ଟ।

କେନ୍ଦ୍ର ଗୃହ ମନ୍ତ୍ରାଳୟ ସହ ମୋଟ ୧୩ ପକ୍ଷଙ୍କୁ ନୋଟିସ କରିଛନ୍ତି ହାଇକୋର୍ଟ। ସମସ୍ତ ଘରୋଇ ଓ ସରକାରୀ ଶିକ୍ଷାନୁଷ୍ଠାନର ଫି ଛାଡ଼ ନେଇ ନୋଟିସ ଜାରି କରାଯାଇଛି।

ରାସନ କାର୍ଡ ନଥିବା ସମସ୍ତ ବ୍ୟକ୍ତିଙ୍କୁ ରାସନ ଦେବା ନେଇ ମଧ୍ୟ ନାଟିସ ହୋଇଛି। ଲକ୍‌ଡାଉନରେ ଘରୋଇ ଉପଭୋକ୍ତାଙ୍କ ବିଦ୍ୟୁତ୍ ବିଲ୍ ଛାଡ଼ ନେଇ ନୋଟିସ କରିଛନ୍ତି କୋର୍ଟ।

ଅନ୍ୟପଟେ‌ ମେ’ ୩ ପରେ ଯଦି ଲକ୍‌ଡାଉନ୍ ନ ବଢ଼େ ତେବେ ଉଭୟ ଓଡ଼ିଶା ହାଇକୋର୍ଟ ଓ ତଳକୋର୍ଟରେ ଖରାଛୁଟି ବାତିଲ ହେବ। ଏନେଇ ଓଡ଼ିଶା ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏସନର ସଭାପତି, ଉପସଭାପତି, ସମ୍ପାଦକ ଓ ଆଡ୍‌ଭୋକେଟ ଜେନେରାଲଙ୍କ ସହ ବିଚାରବିମର୍ଶ ପରେ ହାଇକୋର୍ଟଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ଲକ୍‌ଡାଉନ୍‌ରେ କୋର୍ଟ ବନ୍ଦ ଥିବାରୁ ଖରାଛୁଟିରେ କୋର୍ଟ କାର୍ଯ୍ୟ ଚାଲିବ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ

ପର୍ବତାରୋହୀ ଯୋଗବ୍ୟାସ ଭୋଇଙ୍କ ଉପରକୁ ଆକ୍ରମଣ

ପରଲୋକରେ ‘ଜହ୍ନମାମୁଁ’ ପତ୍ରିକାର ପ୍ରସିଦ୍ଧ କାର୍ଟୁନିଷ୍ଟ କେ.ସି ଶିବଶଙ୍କର

ପାନ ଖାଇ ଶ୍ରୀମନ୍ଦିରକୁ ଯାଇପାରିବେନି; ଧରା ପଡ଼ିଲେ ଗଣିବେ ଫାଇନ୍‌

ଗାନ୍ଧି ଜୟନ୍ତୀରୁ ବିଜେଡିର କୋଭିଡ୍ ମହାମାରୀ ସଚେତନତା ଅଭିଯାନ

ବିଜୁଳି ଦର ବୃଦ୍ଧି ନେଇ ସରକାରଙ୍କୁ କଂଗ୍ରେସର ଟାର୍ଗେଟ୍‌

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌ର କପିକୁ ଚିରି ଦେଲେ ତାରା

ଗୃହରେ କୋଭିଡ ତାତି; କଂପାନୀଙ୍କୁ ବ୍ଲାଙ୍କ୍ ଚେକ୍ କାହିଁକି ଦିଆଯାଇଥିଲା ବୋଲି ପ୍ରଶ୍ନ କଲା ବିରୋଧୀ

ରାଜ୍ୟରେ ୩୮୯୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ; ମୋଟ ସୁସ୍ଥ ସଂଖ୍ୟା…

କମିବ ଘରୋଇ ସ୍କୁଲ୍‌ ଫି !

ଭୁବନେଶ୍ୱରରୁ ୩୨୯ ପଜିଟିଭ ଚିହ୍ନଟ ଓ ୩୯୫ ସୁସ୍ଥ

ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

୫୪ ସିଟ୍ ପାଇଁ ଉପନିର୍ବାଚନ ତାରିଖ ଘୋଷଣା କଲେ ଇସି

You might also like