୪୮ ଘଣ୍ଟାରେ ଆଉ କିଛି ଅଞ୍ଚଳକୁ ଛୁଇଁବ ମୌସୁମୀ: ଏହିସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ମୌସୁମୀ ଆହୁରି ସକ୍ରିୟ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ରାଜ୍ୟର କେତେ ଜିଲ୍ଲାକୁ ମୌସୁସୀ ଛୁଇଁ ସାରିଥିବା ବେଳେ ଆଉ  ୪୮ ଘଣ୍ଟାରେ ଆଉ କିଛି ଅଞ୍ଚଳକୁ ମୌସୁମୀ ଛୁଇଁବା ନେଇ କହିଛି ପାଣିପାଗ ବିଭାଗ।

ସୂଚନା ଅନୁଯାୟୀ, ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁରକୁ ମୌସୁମୀ ଛୁଇଁଥିବା ବେଳେ ରାୟଗଡ଼ା, ଗଜପତି ଓ ଗଞ୍ଜାମର ବି କିଛି ଅଞ୍ଚଳକୁ ମୌସୁମୀ ସ୍ପର୍ଶ କରିଥିବା ନେଇ ପାଣିପାଗ ବିଭଗା ସୂଚନା ଦେଇଛି। ତା ସହିତ ରାଜ୍ୟରେ କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ଏନେଇ ୧୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଏହି ଜିଲ୍ଲାଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର।  ଏହିସବୁ ଜିଲ୍ଲାଗୁଡ଼କରେ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

୨୪ ଘଣ୍ଟାରେ ୪,୨୦୮ ପଜିଟିଭ୍‌ ଚିହ୍ନଟ, ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

୧,୭୦୯ ଜଣ ପୋଲିସ୍ କର୍ମଚାରୀଙ୍କୁ ଦିଆଯିବ ‘ଆନ୍ତରିକ ସୁରକ୍ଷା ସେବା ପଦକ’

ଆଜିଠୁ ଏହି ଜିଲ୍ଲାରେ ୧୫ଦିନ ଯାଏ ରାସ୍ତାକଡ଼ ଫାଷ୍ଟଫୁଡ୍‌ ଦୋକାନ ବନ୍ଦ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

You might also like