ଭିଜିଲାନ୍ସ ହାତକୁ ଗଲା ପ୍ରଦୀପଙ୍କ ମାମଲା

ଭୁବନେଶ୍ୱର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଦୁର୍ନୀତି ମାମଲାର ତଦନ୍ତ ଭିଜିଲାନ୍ସ କରିବ। ମାମଲାର ତଦନ୍ତ ଲାଗି ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ। ୨ ମାସ ମଧ୍ୟରେ ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ଫେବୃୟାରୀ ୧୨ରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ।  ମୁଖ୍ୟମନ୍ତ୍ରୀଙ୍କ ସୁପାରିସ୍‌କୁ ଗ୍ରହଣ କରି ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଗତ ୭ ତାରିଖରେ ଲୋକାୟୁକ୍ତଙ୍କୁ ସୁପାରିସ୍ କରିଥିଲେ ମୁଖ୍ୟମନ୍ତ୍ରୀ।

ଲୋକାୟୁକ୍ତ ଗଠନ ପରେ ପ୍ରଥମ ମାମଲା ଭାବେ ସରକାର ଏହି ସୁପାରିସ କରିଥିଲେ। ଭାବି ଜ୍ୱାଇଁ ଆକାଶ ପାଠକଙ୍କ ଲିଙ୍କରେ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ଗିରଫ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।

You might also like