ମନ୍ଦିର ପରିସରରେ ପୋଷା କୁକୁର ବୁଲାଇ ଫସିଗଲେ

ଭୁବନେଶ୍ୱର: ମହଙ୍ଗା ପଡ଼ିଲା ମନ୍ଦିର ପରିସରରେ ପୋଷା କୁକୁର ବୁଲାଇବା। ଭୁବନେଶ୍ୱରର ବକ୍ରେଶ୍ୱର ମହାଦେବ ମନ୍ଦିର ପରିସରରେ ପୋଷା କୁକୁର ବୁଲାଇବା ଘଟଣାରେ କମିଶନରେଟ ପୋଲିସ୍‌ ତୋଫାନ ସାମନ୍ତରାୟ ନାମକ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରିଛି।

ସୋସିଆଲ୍‌ ମିଡିଆରେ ଏହି ଫଟୋ ଭାଇରାଲ ହେବା ପରେ କମିଶନରେଟ ପୋଲିସ୍ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।

କମିଶନରେଟ ପୋଲିସ୍ ପକ୍ଷରୁ‌ ଟ୍ୱିଟ୍‌ କରାଯାଇ କୁହାଯାଇଛି, ‘ପୋଲିସ୍‌ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ନିର୍ଦ୍ଦେଶ କ୍ରମେ ଏହି ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇଥିଲା। ତାଙ୍କ ନାଁ ତୋଫାନ ସାମନ୍ତରାୟ। OUP ଆକ୍ଟ ଅନୁଯାୟୀ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୋଷା ଜନ୍ତୁଙ୍କୁ ପାଳନ ବେଳେ ସମୟରେ ଦାୟିତ୍ୱ ସମ୍ପନ୍ନ ହେବାପାଇଁ ଆମେ ନାଗରିକମାନଙ୍କୁ ପରାମର୍ଶ କରୁଛୁ।’

ସୂଚନାଯୋଗ୍ୟ ଯେ, ଏହି ଭାଇରାଲ୍‌ ଫଟୋରେ ଦେଖିବାକୁ ମିଳିଛି ଗାମୁଛା ପିନ୍ଧିଥିବା ଜଣେ ବ୍ୟକ୍ତି ଏକ କଳା କୁକୁର ମନ୍ଦିର ପରିସରରେ ବୁଲାଉଛନ୍ତି।

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରେ ପହଞ୍ଚିଲେ ଚେଲା କୁମାର; ଜୋରଦାର ହେବ ପ୍ରଚାର

ଅପରାଧୀଙ୍କ ଚରାଭୂଇଁ ପାଲଟୁଛି କି ରାଜଧାନୀ?

ଚଳୁ କରିଦେଲେ ଲକ୍ଷାଧିକ ସବ୍‌ସିଡି ଟଙ୍କା

ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୫୨୧୯୭ରେ ପହଞ୍ଚିଲା

ରୋଗୀଣା ପତ୍ନିକୁ ଟ୍ରଲିରେ ବୋହି ଏସ୍‌ସିବି ନେବା ମାମଲାରେ ରିପୋର୍ଟ ମାଗିଲେ ରାଜ୍ୟ ମାନବାଧିକାର କମିଶନ

ଉପନିର୍ବାଚନ ମୈଦାନ୍‌ରେ କ୍ୟାମ୍ପେନ୍ ଆରମ୍ଭ କଲେଣି ହେବିୱେଟ୍ ନେତା, ମୁଖ୍ୟମନ୍ତ୍ରୀ କେବେ ?

ମରଣଯନ୍ତା ପାଲଟିଛି ମଙ୍ଗୁଳି ଛକ

ନକଲି ଟଙ୍କା ଦେଇ ଗାଡ଼ି କିଣିବା ବେଳେ ଧରିଲା ପୋଲିସ୍

ଜିଲ୍ଲାପାଳ ଅଫିସ୍ ଆସୁଥିଲେ, ଅଧାବାଟରୁ ଉଠାଇନେଲା ପୋଲିସ

ଦୁର୍ଘଟଣାର ଦିନ: ଟ୍ରକ୍ ତଳେ ଚାପି ହୋଇ ଚାଲିଗଲା ୫ ଜୀବନ, ୨୦ ଆହତ

ଖରସ୍ରୋତା ନଦୀ ପଠାରେ କୁମ୍ଭୀର, ଲୋକେ ଭୟଭୀତ

କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମିଳିବ ଅବଢ଼ା

You might also like