ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟର ବହୁ ରାଜନେତା ମଧ୍ୟ ମହାମାରୀ କରୋନାରେ ଆକ୍ରାନ୍ତ ହେଉଥିବା ଖବର ସାମ୍ନାକୁ ଆସିଛି।

ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏବେ ସେ ହୋମ୍‌ କ୍ୱାରେଣ୍ଟିନ୍‌ରେ ଅଛନ୍ତି। କିଛିଦିନ ତଳେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବରି ବିଧାୟିକା ସୁନନ୍ଦା ଦାସ,ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ସମେତ ଆଉ କିଛି ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିଲା।

ପଢ଼ନ୍ତୁ: ଓଡ଼ିଶାରେ ଆଉ ଦୁଇ ବିଧାୟକଙ୍କୁ କରୋନା

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୮ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି।

You might also like