ନର୍ସଙ୍କୁ ହତ୍ୟା କଲା ପ୍ରେମିକ !

ଜଗତସିଂହପୁର (ଶଶାଙ୍କ ଶେଖର ପଣ୍ଡା): ନର୍ସକୁ ମାରି ଅଖାରେ ପୂରାଇ ନଦୀକୁ ଫିଙ୍ଗି ଦେଇଥିଲା ପ୍ରେମିକ! ଏପରି ଅଭିଯୋଗ ଜଗତସିଂହପୁରରୁ ଆସିଛି। ମୃତ ନର୍ସଙ୍କ ପରିବାର ଲୋକଙ୍କ ଅଭିଯୋଗ କ୍ରମେ ପୁଲିସ ମାମଲା ରୁଜୁ କରି ସାଇଣ୍ଟିଫିକ୍‌ ଟିମ୍‌ ମାଧ୍ୟମରେ ଘଟଣାର ତଦନ୍ତ ଆରମ୍ଭ କରୁଛି। ଅନ୍ୟପକ୍ଷରେ ମୃତ ନର୍ସଙ୍କ ପ୍ରେମିକ କିଏ, ସେ ସମ୍ପର୍କରେ କିଛି ଜଣାପଡ଼ିନାହିଁ।

ଭୁବନେଶ୍ୱର ବାଲିପାଟଣା ଥାନା ଅନ୍ତର୍ଗତ ଭିଙ୍ଗାରପୁର ଗାଁର ନିହାରିକା ପାତ୍ର କଟକରେ ଏକ ନିର୍ସିଂହୋମ୍‌ରେ ନର୍ସ ଭାବେ କାର୍ଯ୍ୟରତ ଥିଲେ। ସେ ଗତ କିଛି ଦିନ ହେଲା ନିଖୋଜ ଥିଲେ। ପରିବାର ଲୋକେ ଚାରିଆଡ଼େ ଖୋଜିଥିଲେ ମଧ୍ୟ ତାଙ୍କର ପତା ମିଳିନଥିଲା। ସବୁଆଡ଼ୁ ନିରାଶ ହୋଇ ପରିବାର ଲୋକେ ଗତ ୯ ତାରିଖରେ ଝିଅ ନିଖୋଜ ନେଇ କଟକ ମଧୁପାଟଣା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୁଲିସ ଏକ ମାମଲା ରୁଜୁ ଘଟଣାର ତଦନ୍ତ ଆରମ୍ଭ କରୁଥିଲା।

ତେବେ ଆଜି ଜଗତସିଂହପୁର ଜିଲ୍ଲାର ବିରିଡି ଥାନା ଅନ୍ତର୍ଗତ ବିଲୁଆଖାଇ ନଦୀ ପଠାର ଦୋଗଛିଆ ନୂଆପାରି ନିକଟରୁ ଏକ ଅଖାରୁ ବନ୍ଧା ହୋଇଥିବା ଅବସ୍ଥାରେ ଯୁବତୀଙ୍କ ମୃତଦେହ ପୁଲିସ ଉଦ୍ଧାର କରିଥିଲା। ପରେ ଏନେଇ ମଧୁପାଟଣା ଥାନାକୁ ଖବର ଦେଇଥିଲା। ପରେ ମଧୁପାଟଣା ଥାନା ପକ୍ଷରୁ ନିହାରିକାଙ୍କ ପରିବାର ଲୋକଙ୍କ ସହିତ ଯୋଗାଯୋଗ କରାଯାଇଥିଲା। ନିହାରିକାଙ୍କ ମାଆ, ଭଉଣୀ ଓ ଭିଣୋଇ ବିରିଡ଼ି ଥାନାରେ ପହଞ୍ଚି ତାଙ୍କ (ନିହାରିକା) ଡ୍ରେସ୍‌ରୁ ଚିହ୍ନି ଥିଲେ।

ନିହାରିକାଙ୍କୁ ତାଙ୍କ ପ୍ରେମିକ ହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ମାତ୍ର କିଏ ସେହି ପ୍ରେମିକ, ତାହା ଜଣାପଡ଼ି ନାହିଁ। ପୁଲିସ ବିଭିନ୍ନ ଦିଗରୁ ଘଟଣାର ତଦନ୍ତ ଆରମ୍ଭ କରିଛି।
https://youtu.be/JNKmmfnjfQs

ଆହୁରି ପଢ଼ନ୍ତୁ

ଭୁବନେଶ୍ୱରରୁ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ

ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ପ୍ରତି ୧୫ ଦିନରେ କୋଭିଡ୍ ହସ୍ପିଟାଲ୍‌ରେ ହେବ ଫାୟାର ସେଫ୍ଟି ଅଡିଟ୍

ଆଗ ଭୁଲ୍ କଲା,‌ ପରେ କ୍ଷମା ମାଗିଲା: ସମ୍ବଲପୁରୀ ଶାଢୀ ପଶ୍ଚିମବଙ୍ଗର ବୋଲି କହିଲା Amazon

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

ତାପଙ୍ଗର ହାତିଆ ମୁଣ୍ଡିଆ ନିଷିଦ୍ଧାଞ୍ଚଳ ଘୋଷିତ

You might also like