କରୋନା ସମୟରେ ନାମଲେଖାକୁ ବିରୋଧ କରି ଅଭିଭାବକ ମହାସଂଘର ଆନ୍ଦୋଳନ

ଭୁବନେଶ୍ୱର: ଜୁଲାଇ ୩୧ ପରେ ସ୍କୁଲ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଥିବାବେଳେ କରୋନା ମହାମାରୀ ସମୟରେ ନାମଲେଖାକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଛି ଓଡ଼ିଶା ଅଭାଭାବକ ମହାସଂଘ। ଏ ନେଇ ଭୁବନେଶ୍ୱର ଗାନ୍ଧି ପାର୍କରେ ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତି ତଳେ ସଂଘ ଧାରଣା ଦେଇଛି। ସାରା ବିଶ୍ୱକୁ ଏବେ କରୋନା କବଳିତ କରିଥିବା ବେଳେ ଆଡମିଶନ କାହା ସ୍ୱାର୍ଥରେ ବୋଲି ଅଭିଭାବକ ମହାସଂଘ ପ୍ରଶ୍ନ କରିଛି।

ଘରୋଇ ସ୍କୁଲଗୁଡ଼ିକର ସ୍ୱାର୍ଥକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ଏହି ନିଷ୍ପତ୍ତି ନେଇଥିବା ମହାସଂଘ ଅଭିଯୋଗ କରିଛି। ସରକାର ତୁରନ୍ତ ଏ ନିଷ୍ପତ୍ତିରୁ ନ ଓହରିଲେ ରାଜ୍ୟ ବ୍ୟାପୀ ଆନ୍ଦୋଳନ ପାଇଁ ସଂଘ ଚେତାବନୀ ଦେଇଛି।

ସେପଟେ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ସରକାରଙ୍କ ନିୟମ ଅନୁଯାୟୀ ଆଡମିଶନ କରାଯାଉଛି। ଆଡମିଶନ ନିଷ୍ପତ୍ତିକୁ ଘରୋଇ ସ୍କୁଲ ସହ ଯୋଡ଼ା ନଯାଉ ଆମକୁ ଜୁଲାଇ ୧୫ ସୁଦ୍ଧା ଆଡମିଶନ ସାରିବାକୁ ପଡ଼ିବ।

ଆହୁରି ପଢ଼ନ୍ତୁ

ଆଜି ରାଜ୍ୟରେ ସୁସ୍ଥ ହେଲେ ୩୭୭୯ କରୋନା ଆକ୍ରାନ୍ତ

ଜୀବନକୁ ବାଜି ଲଗାଇ ଏମିତି କାମ କଲେ ଦୁଇ ଅଙ୍ଗନବାଡ଼ି କର୍ମୀ

‘କରୋନା ପାଇଁ ମନଇଚ୍ଛା ଔଷଧ ଖାଆନ୍ତୁନି, ନଚେତ୍…’

ଭୁବନେଶ୍ୱରରୁ ଆଜି ୩୪୯ କରୋନା ଆକ୍ରାନ୍ତ ଚିହ୍ନଟ

ମିଳିଲାନି କାନ୍ଧ, ଟ୍ରଲିରେ ଶ୍ମଶାନକୁ ଗଲା ମୃତଦେହ

ନଦୀରେ ପୋଲ ବ୍ୟବସ୍ଥା ନ କରି ବିକଳ୍ପ ହଟାଇ ଦେଲା ପ୍ରଶାସନ, ତାତିଲେ ଲୋକେ

ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ପୋଲିସ୍‌ କମିଶନର କହିଲେ-ତଦନ୍ତ ଠିକ୍ ଭାବେ ଚାଲିଛି

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୧୬ ଆକ୍ରାନ୍ତଙ୍କ ମୃତ୍ୟୁ

Coronavirus Updates In Odisha: ୨୪ ଘଣ୍ଟାରେ ୪,୩୪୦ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

ପୂର୍ବତନ ମନ୍ତ୍ରୀ ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ

You might also like