ଆଉ ୧୧୦ କରୋନା ପଜିଟିଭ୍‌‌ ଚିହ୍ନଟ, ୩,୨୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୧୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ ୩୩ଜଣ, ରାୟଗଡ଼ାରୁ ୪ଜଣ, କଟକରୁ ୨୦ଜଣ, ଝାରସୁଗୁଡ଼ାରୁ ଜଣେ, ଖୋର୍ଦ୍ଧାରୁ ୧୪ଜଣ, ନୟାଗଡ଼ରୁ ୪ଜଣ, ବରଗଡ଼ରୁ ୨ଜଣ, ଭଦ୍ରକ, ବଲାଙ୍ଗିର, କେନ୍ଦ୍ରାପଡ଼ା, କୋରାପୁଟ, କେନ୍ଦୁଝର ଓ ବୌଦ୍ଧରୁ ଜଣେ ଲେଖାଏ, କଳାହାଣ୍ଡିରୁ ୪ଜଣ, ଗଜପତିରୁ ୧୧ଜଣ, ପୁରୀରୁ ୭ଜଣ, ମୟୂରଭଞ୍ଜରୁ ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୦୬ଜଣ ଚିକିତ୍ସାଧୀନ ଥିବାବେଳେ ୨,୨୩୩ଜଣ ସୁସ୍ଥ ହୋଇଛନ୍ତି। ତେବେ ୯ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ସେପଟେ ରାଜ୍ୟର ୧୨ ଅଗ୍ନିଶମ କର୍ମଚାରୀଙ୍କୁ କରୋନା ରେ ଆକ୍ରାନ୍ତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ

କାହିଁକି ଦେବୀଙ୍କ ଘରେ ପଶିଲା CBI ?

ଭିନ୍ନ ଭିନ୍ନ ନମ୍ବର ପ୍ଲେଟ୍‌ ବ୍ୟବହାର କରାଯାଇ ବୋଲେରୋରେ ଏମିତି ଚାଲାଣ ହେଉଥିଲା ଗଞ୍ଜେଇ

ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like