ଆଉ ୧୩୬ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦୁଝରରୁ ୮ଜଣ, ଝାରସୁଗୁଡ଼ାରୁ ୪ଜଣ, ଖୋର୍ଦ୍ଧାରୁ ୧୭ଜଣ, ଢେଙ୍କାନାଳରୁ ୩ଜଣ, କଟକରୁ ୭ଜଣ, କେନ୍ଦ୍ରାପଡ଼ାରୁ ଜଣେ, ନୂଆପଡ଼ାରୁ ୨ଜଣ, ଗଜପତିରୁ ୭ଜଣ, କନ୍ଧମାଳରୁ ୧୫ଜଣ, କଳାହାଣ୍ଡିରୁ ୨ଜଣ, ଗଞ୍ଜାମ ଓ ପୁରୀରୁ ୩ଜଣ ଲେଖାଏ, ମୟୂରଭଞ୍ଜରୁ ୯ଜଣ, ସମ୍ବଲପୁରରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ODRAF/ NDRF/Fire Servicesର ୫୪ ଜଣ ଅଛନ୍ତି। ଏମାନେ ସମସ୍ତେ ବାତ୍ୟା ‘ଅମ୍ପନ୍‌’ ଯୋଗୁ ଅଧିକ କ୍ଷୟକ୍ଷତି ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିଥିଲେ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୯୨ଜଣ ଚିକିତ୍ସାଧୀନ ଥିବାବେଳେ ୨,୨୮୨ଜଣ ସୁସ୍ଥ ହୋଇଛନ୍ତି। ତେବେ ୯ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୩ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

You might also like