ଚିନ୍ତା ବଢ଼ାଇଲା କରୋନା; ଓଡ଼ିଶାରେ ଆଉ ୧୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ହୋଇଥିବା ୧୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୨ ଜଣ, ସୁନ୍ଦରଗଡ଼ରୁ ଜଣେ ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ନୂଆ ଆକ୍ରାନ୍ତ ଅଛନ୍ତି।

ଗଞ୍ଜାମରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଛି। ତେବେ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୧୪ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୮ଜଣ ଚିକିତ୍ସାଧୀନ ଥିବାବେଳେ ୬ ଜଣ ସୁସ୍ଥ ହୋଇଛନ୍ତି। ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୩୧ରେ ପହଞ୍ଚିଛି। ୧୨ଜଣ ସୁସ୍ଥ ହୋଇଥିବାବେଳେ ୧୯ଜଣ ଆକ୍ରାନ୍ତ ଏବେ ଚିକିତ୍ସାଧୀନ ଅଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୨୦ ଜଣ ଚିକିତ୍ସାଧୀନ ଥିବାବେଳେ ୬୮ ଜଣ ସୁସ୍ଥ ହୋଇଛନ୍ତି। ତେବେ ୩ଜଣଙ୍କ ମୃତ୍ୟୁ ଘଟିଛି।

You might also like