ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୧୧ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୮୮କୁ ଛୁଇଁଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୫୪ ଜଣ ଚିକିତ୍ସାଧୀନ ଥିବାବେଳେ ୧,୩୨୫ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି।

You might also like