ଆଜି ୧୪୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୪୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଗଂଜାମରୁ ସର୍ବାଧିକ ୪୯ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୪ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ। ଆଜି ମୟୂରଭଂଜ ୧୪, କଟକ ୧୩, କଳାହାଣ୍ଡି ଓ କେନ୍ଦ୍ରାପଡ଼ାରୁ ୬ ଲେଖାଏ ସୁସ୍ଥ ହୋଇଛନ୍ତି।

ସେହିପରି ରାୟଗଡ଼ା ୫, ଅନୁଗୁଳ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରୁ ୪ ଲେଖାଏଁ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ।

ବଲାଙ୍ଗିର, ଭଦ୍ରକ, ଯାଜପୁର, ପୁରୀରୁ ମଧ୍ୟ ୩ ଜଣ ଲେଖାଏ ସୁସ୍ଥ ହୋଇଛନ୍ତି। ବାଲେଶ୍ୱର, ଜଗତସିଂହପୁର ଓ ନୟାଗଡ଼ରୁ ୨ ଲେଖାଏ, ବରଗଡ଼ ଓ କୋରାପୁଟରୁ ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏଯାବତ ରାଜ୍ୟରେ ମୋଟ ୫୫୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି ବୋଲି ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି।

ସେହିଭଳି ଆଜି ରାଜ୍ୟର ୧୯ ଜିଲ୍ଲାରୁ ଆଉ ୨୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯୩ ଜଣ କ୍ୱାରେଣ୍ଟିନରେ ଥିଲେ ଓ‌ ୩୬ଜଣ ଲୋକାଲ୍ କେସ୍ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଥିବା ବେଳେ ସର୍ବାଧିକ ୯୫ ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

ସମ୍ପର୍କୀୟଙ୍କ ସହ ମିଶି ପତ୍ନୀଙ୍କୁ ମାଡ଼ ମାରିଲେ ଡେପୁଟି କଲେକ୍ଟର

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ବୈଜୟନ୍ତ ପୁଣି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ

ଉଚ୍ଛେଦ ହେଲା ଭୁବନେଶ୍ୱର ୟୁନିଟ-୨ ମାର୍କେଟ ବିଲ୍ଡିଂର ଉଠା ଦୋକାନ

ଓଟିଭି ଏମ୍‌ଡିଙ୍କ ବିରୋଧରେ ପୁଣି ଏକ ଅଭିଯୋଗ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଦିନକରେ ୧୬ କରୋନା ରୋଗୀ ଆଖି ବୁଜିଲେ

You might also like