ଓଡ଼ିଶାରେ କରୋନା ନେଲା ଆଉ ୨ ଜୀବନ, ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ  ଜଣଙ୍କ ମୃତ୍ୟୁ ହୋଇଛି।  ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି।

ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି।

ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୪୯୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୫,୩୯୨ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୮୧୩ ଜଣ ଚିକିତ୍ସାଧୀନ ଥିବାବେଳେ ୧୦,୪୭୬ ଜଣ ସୁସ୍ଥ ହୋଇଛନ୍ତି। ୭୯ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨୪ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

ଆହୁରି ମଧ୍ୟ ପଢ଼ନ୍ତୁ: ଓଡ଼ିଶାରେ ଆଉ ୪୯୪ କରୋନା ଆକ୍ରାନ୍ତ‌ ଚିହ୍ନଟ, କେବଳ ଗଞ୍ଜାମରୁ ଚିହ୍ନଟ ହେଲେ ୨୪୬

ଆହୁରି ପଢ଼ନ୍ତୁ

You might also like