ଆଜି ବି ଓଡ଼ିଶାରେ ୨୦୦ରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୨୪ ଜଣ କ୍ୱାରେଣ୍ଟିନ୍‌ରେ ଥିବାବେଳେ ଲୋକାଲ୍ କେସ୍‌ ୮୬ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନୁଗୁଳରୁ ୭, ବାଲେଶ୍ୱରରୁ ୬, ବରଗଡ଼ରୁ ୮, ବଲାଙ୍ଗିରରୁ ୧୨, କଟକରୁ ୧୯, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୫୧, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨, ନୂଆପଡ଼ାରୁ ୨୩, ପୁରୀରୁ ୫, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୧, ସୁନ୍ଦରଗଡ଼ରୁ ୧୨ ଓ ଷ୍ଟେଟ୍‌ ପୁଲ୍‌ରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୯୦୪ରେ ପହଞ୍ଚିଛି।

ଗତକାଲି ରାଜ୍ୟରେ ୨୩୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ୧୩୯ ଜଣ କ୍ୱାରେଣ୍ଟିନ୍‌ରେ ଥିବାବେଳେ ଲୋକାଲ୍ କେସ୍‌ ୯୫ ଥିଲା।

You might also like