ଓଡ଼ିଶାରେ କରୋନା ନେଲା ଆଉ ୪ ଜୀବନ, ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୪ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୨ଜଣ, ଗଜପତିରୁ ଜଣେ ଓ ଅନୁଗୁଳରୁ ଜଣଙ୍କର ମୃତ୍ୟୁ ଘଟିଛି।
ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୭୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୧୧୦ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୫,୧୨୪ ଜଣ ଚିକିତ୍ସାଧୀନ ଥିବାବେଳେ ୧୦,୮୭୭ ଜଣ ସୁସ୍ଥ ହୋଇଛନ୍ତି। ୮୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨୬ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି।
ଆହୁରି ମଧ୍ୟ ପଢ଼ନ୍ତୁ: ଓଡ଼ିଶାରେ ୭୧୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୧୬ ହଜାର ପାର୍ କଲା ଆକ୍ରାନ୍ତଙ୍କ ସଂଖ୍ୟା