ଓଡ଼ିଶାରେ କରୋନା ନେଲା ଆଉ ୪ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାରୁ ୩ଜଣ, ଭଦ୍ରକରୁ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୩୦ରେ ପହଞ୍ଚିଛି।

ସେହିପରି କେନ୍ଦୁଝର ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ସେମାନଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି।

ଅନ୍ୟପକ୍ଷରେ ଓଡ଼ିଶାରେ ଆଉ ୫୭୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୨୦୧ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୪,୧୨୮ଜଣ ଚିକିତ୍ସାଧୀନ ଥିବାବେଳେ ୭,୦୦୬ଜଣ ସୁସ୍ଥ ହୋଇଛନ୍ତି। ୫୨ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୫ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

You might also like