ରାଜ୍ୟରେ ନୂଆ ୪୮ କରୋନା ପଜିଟିଭ୍‌‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ନୂଆ ୪୮ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ କନ୍ଧମାଳ ଜିଲ୍ଲାକୁ କରୋନା ଛୁଇଁଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କନ୍ଧମାଳର ୨ଜଣ ଥିବା ସୂଚନା ମିଳିଛି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୬୫୨ ଜଣ ଚିକିତ୍ସାଧୀନ ଥିବାବେଳେ ୨୨୦ ଜଣ ସୁସ୍ଥ ହୋଇଛନ୍ତି। ତେବେ ୪ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୪୮ ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରରୁ ୧୬ଜଣ, ଗଞ୍ଜାମରୁ ୧୫ଜଣ, କଟକରୁ ଜଣେ, ପୁରୀରୁ ୪ଜଣ, କେନ୍ଦ୍ରାପଡ଼ାରୁ ୩ଜଣ, ନୟାଗଡ଼ରୁ ୩ଜଣ, ବଲାଙ୍ଗିରରୁ ୨ଜଣ, କନ୍ଧମାଳରୁ ୨ଜଣ, ବୌଦ୍ଧରୁ ଜଣେ ଓ ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତ ଅଛନ୍ତି।

You might also like