ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା, ଚିହ୍ନଟ ହେଲେ ନୂଆ ୫୧ ଆକ୍ରାନ୍ତ‌

ଭୁବନେଶ୍ୱର: ରାଜ୍ୟରେ ନୂଆ ୫୧ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ଗଞ୍ଜାମ ଜିଲ୍ଲାର ହୋଇଥିବା ସୂଚନା। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ନୂଆ ୫୧ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୪ଜଣ, ଯାଜପୁରରୁ ୫ଜଣ, କଟକରୁ ୯ଜଣ, ପୁରୀରୁ ଜଣେ, ଜଗତସିଂହପୁରରୁ ୨ଜଣ, ନୟାଗଡ଼ରୁ ୧୧ଜଣ, ଅନୁଗୁଳରୁ ୨ଜଣ, ସମ୍ବଲପୁରରୁ ୨ଜଣ, ମାଲକାନଗିରିରୁ ଜଣେ, କଳାହାଣ୍ଡିରୁ ୧୧ଜଣ, ମୟୂରଭଞ୍ଜରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନ୍ୟପକ୍ଷରେ, ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଛି। ଏମାନଙ୍କ ମଧ୍ୟରୁ ୭୫୩ ଜଣ ଚିକିତ୍ସାଧୀନ ଥିବାବେଳେ ୩୪୩ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

You might also like